Latest Odisha News

BREAKING NEWS

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣଙ୍କ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଅପରାହ୍ନ ୫ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଅର୍ଥାତ ପାଞ୍ଚ ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛନ୍ତି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି।

ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

Comments are closed.