କାମାକ୍ଷାନଗର : ପେଟ୍ରୋଲିଂ ବେଳେ ଜଣେ ମଦ ମାଫିଆକୁ ଗିରଫ କରିଛି ଅବକାରୀ ପୋଲିସ । ପଣ୍ଡୁଆ ରାସ୍ତାରେ ସ୍କୁଟି ଯୋଗେ ମଦ ଚାଲାଣ କରୁଥିଲା ଜଣେ ବ୍ୟକ୍ତି । ଢେଙ୍କାନାଳ ଜିଲ୍ଲାପାଳ ଓ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ କାମାକ୍ଷାନଗର ଅବକାରୀ ଟିମ୍ ସେହି ମଦ ମାଫିଆକୁ ଗିରଫ କରିଛି । ଅଭିଯୁକ୍ତ ଠାରୁ ୬୦ ଲିଟର ଦେଶୀ ମଦ ସହ ଗୋଟିଏ ବାଇକ ଜବତ କରିଛି ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ ପରଜଙ୍ଗ ଥାନା ଅନ୍ତର୍ଗତ ବସୋଇ ଗାଁର ମୁନା ରାଉତ । ମୁନା ନିଜ ସ୍କୁଟିରେ ମଦ ନେଇ ପଣ୍ଡୁଆ ଅଞ୍ଚଳକୁ ଯାଉଥିବା ବେଳେ କାବୁ କରିଥିଲା ପୋଲିସ । ଏନେଇ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯିବ ବୋଲି ଅବକାରୀ ଅଧିକାରୀ ସୂଚନା ଦେଇଛନ୍ତି ।
BREAKING NEWS
- ଟି୨୦ ବିଶ୍ୱକପ କ୍ରିକେଟ: ଘୋଷଣା ହେଲା ମ୍ୟାଚ ଅଫିସିଆଲଙ୍କ ନାମ, ୨ଜଣ ଭାରତ ସାମିଲ
- Black Tigers: ରାଜ୍ୟରେ ବଢିଛି କଳା ବାଘଙ୍କ ସଂଖ୍ୟା..
- First newspaper in india: ଭାରତର ପ୍ରଥମ ଖବରକାଗଜ…ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ
- High Court: ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍ ଜାରି କଲେ ହାଇକୋର୍ଟ..
- ଚୀନରେ ଏସିଆନ୍ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍… କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ଦଳର ପ୍ରଶିକ୍ଷଣ ଆରମ୍ଭ
- AI Data Centers In Space: ମହାକାଶରେ ଖୋଲିବ AI ଡାଟା ସେଣ୍ଟର, ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି SpaceX CEO…
- EPFO: ସର୍ବନିମ୍ନ ପେନସନ୍ ୭,୫୦୦ ଟଙ୍କାକୁ ବୃଦ୍ଧି କରିବେ କି ସରକାର? ଶ୍ରମ ମନ୍ତ୍ରୀ ଦେଲେ ବଡ଼ ସୂଚନା…
- ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି
- India EU Trade Deal: ‘ମଦର୍ ଅଫ୍ ଅଲ୍ ଡ଼ିଲ’, ସରିଫ୍-ୟୁନୁସଙ୍କ ପାଇଁ କାଳ!
- Senior Citizens To Visit Puri: ବରିଷ୍ଠ ନାଗରିକ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ ସରକାର
Comments are closed.