Latest Odisha News

BREAKING NEWS

ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ନିଯୁକ୍ତ, ଅଭିନନ୍ଦନ ଜଣାଇଲେ ନବୀନ

ନୂଆଦିଲ୍ଲୀ: ବରିଷ୍ଠ ବିଜେପି ନେତା ତଥା ଓଡିଶାର ପୂର୍ବତନ ମନ୍ତ୍ରୀ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ଦିନ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ।

ମୋଦି ସରକାରରେ ଓଡିଶାରୁ ଦ୍ୱିତୀୟ ବ୍ୟକ୍ତି ଭାବେ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତି ପାଇଛନ୍ତି । ଏହା ପୂର୍ବରୁ ଓଡିଶାର ମାଲକାନଗିରି ଜିଲ୍ଲାର ଦ୍ରୌପଦୀ ମୁର୍ମୁ ୨୦୧୫ ମସିହାରେ ଝାଡଖଣ୍ଡର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

 

Leave A Reply

Your email address will not be published.