ବ୍ରହ୍ମପୁର: ବରଗଡ ଜିଲ୍ଲା ପଦ୍ମପୁର ଉପନିର୍ବାଚନ ପ୍ରଚାର ସମୟରେ ନନ୍ଦିଘୋଷ ଟିଭିର କାର୍ଯ୍ୟରତ ସାମ୍ବାଦିକ ଦେବହରି ବେହେରାଙ୍କୁ କିଛି ଅସାଧୁ ବ୍ୟକ୍ତି ଆକ୍ରମଣ କରିଥିବା ନେଇ ଜଣାପଡିଛି। ଏହାକୁ ବିରୋଧ କରିବା ସହ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି ବ୍ରହ୍ମପୁର ପ୍ରେସ୍ କ୍ଲବ୍। ଏହି ମର୍ମରେ ଗୁରୁବାର ସନ୍ଧ୍ୟାରେ ସ୍ଥାନୀୟ ଗାନ୍ଧୀ ଛକ ଠାରେ ଏକ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିବା ସହ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଥିଲା। ଏହାସହ ବିଭିନ୍ନ ସମୟରେ ସାମ୍ବାଦିକଙ୍କୁ ଆକ୍ରମଣ ହେଉଥିବା ବେଳେ ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟିଦେଇ ଏକ ସ୍ୱତନ୍ତ୍ର ନିୟମ ପ୍ରଣୟନ କରନ୍ତୁ ବୋଲି ବହୁ ସାମ୍ବାଦିକ କହିଥିଲେ। ଏହି ପ୍ରତିବାଦ ସଭାରେ ବରିଷ୍ଠ ସାମ୍ବାଦିକ ଜଗନମୋହନ ମହାପାତ୍ର, ମନୋଜକାନ୍ତ ଦାସ, ଗୋପାଳ ପଟ୍ଟନାୟକ, ନାରାୟଣ ମହାଙ୍କୁଡ, ସୁଦୀପ ସାହୁ, ପିତାମ୍ବର ନାହକ, ଚିରଞ୍ଜିତ ରାଜଗୁରୁ, ପ୍ରହଲ୍ଲାଦ ସାହୁ, ଶିବରାମ ଚୌଧୁରୀ, ଆଶୀର୍ବାଦ ରାଉତ, ଶିବରାମ ଦଳେଇ, ଗୋପାଳକୃଷ୍ଣ ରେଡ୍ଡି, ବାବୁଲା ପାଣିଗ୍ରାହୀ, ମାନସ ବିଷୋୟୀ, ଲିଙ୍ଗରାଜ ଦାସ, ଅଭୟ ପାଢ଼ୀ, ପିଣ୍ଟୁ ବେହେରା, ଲିକୁ ଡାକୁଆ, ପ୍ରଶାନ୍ତ ଦାସ, ଅନନ୍ତ ଆପଟ, ଅମର ଦାସ, ଅଭିଜିତ୍ କର, ବି.କେ ବିଶାରଦ, କିରଣ ମିଶ୍ରଙ୍କ ସମେତ ବହୁ ସାମ୍ବାଦିକ ଉପସ୍ଥିତ ଥିଲେ।
BREAKING NEWS
- ଭାରତର ସବୁଠୁ ବଡ ପରମାଣୁ ଶକ୍ତି କେନ୍ଦ୍ରକୁ ନେଇ ପୁଟିନ କଲେ ଏହି କମିଣ୍ଟମେଣ୍ଟ…
- ପୁଟିନଙ୍କ ଭାରତ ଗସ୍ତ: ଥରୁର ପାଇଲେ ନିମନ୍ତ୍ରଣ ପତ୍ର, ହେଲେ ରାହୁଲ ଗାନ୍ଧୀଙ୍କୁ ମିଳିଲାନି…
- ପୁରୀରେ ଆୟୋଜିତ ହେଲା ଓଡିଶା-ଆସାମ ସାହିତ୍ୟ ଉତ୍ସବ
- ଆସନ୍ତାକାଲି ବାବରୀ ମସଜିଦର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ହୁମାୟୁଁ କବୀର
- ନିଷିଦ୍ଧାଞ୍ଚଳରୁ ୨ ଆନ୍ଧ୍ର ଟ୍ରଲର ଜବତ, ମତ୍ସ୍ୟଜୀବୀ ଅଟକ
- ଇଣ୍ଡିଗୋ ସଙ୍କଟ; ତଦନ୍ତ କମିଟି ଗଠନ କଲା DGCA
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
Comments are closed.