Latest Odisha News

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ଏହିସବୁ ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ଦିନ ଆକଳନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦ୍ରାପଡା, ଜଗତସିଂହପୁର, କନ୍ଧମାଳ, ଗଜପତି, ଗଞ୍ଜାମ, ରାୟଗଡା, ନୂଆପଡା ଓ ବଲାଙ୍ଗିର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ରାତି ୭ଟା ୧୫ମି. ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.