Latest Odisha News

ରାଉରକେଲାରେ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଉଦଘାଟିତ

ରାଉରକେଲା: ରାଉରକେଲାରେ ବିଶ୍ବର ସର୍ବ ବୃହତ ହକି ଷ୍ଟାଡିଅମ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ। ବିଶ୍ଵ କ୍ରୀଡା ଈତିହାସ ରେ ଯୋଡି ହେଲା ସ୍ଵର୍ଣ୍ଣିମ ଅଧ୍ୟାୟ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଘୋଷଣା କରି କହିଛନ୍ତିସ ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳି ପାଇବେ ଏକ କୋଟି ଟଙ୍କା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଉରକେଲା ଠାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ହକିକୁ ଭଲ ପାଉଥିବା ସମସ୍ତଙ୍କୁ, ଖେଳାଳି, ସାଧାରଣ ଜନତା, ଓଡିଶାର ହକିପ୍ରେମୀ ଦେଶର ହକି କ୍ରୀଡାବିତ୍‌ ସମସ୍ତଙ୍କ ଉଦ୍ଦେଶ୍ୟରେ ଏହି ଷ୍ଟାଡିଅମକୁ ଉତ୍ସର୍ଗ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଉପସ୍ଥିତ ଜନସାଧାରଣ ଓ କ୍ରୀଡାପ୍ରେମୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହା ହେଉଛି ଓଡିଶାର ସମଗ୍ର ଦେଶକୁ ସବୁଠାରୁ ଶ୍ରେଷ୍ଠ ଉପହାର। ଏହା ଭାରତକୁ ହକି କ୍ଷେତ୍ରରେ ଏକ ବଡ ଶକ୍ତି ଭାବରେ ଗଢି ତୋଳିବ ଏବଂ ଆଗାମୀ ଅନେକ ଦଶକ ପର୍ଯ୍ୟନ୍ତ ହକି ଖେଳରେ ଦେଶ ଏକ ମଜବୁତ ଦଳ ଭାବରେ ପ୍ରତିଷ୍ଠା ଲାଭ କରିବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହକିର ସ୍ବର୍ଣ୍ଣକ୍ଷେତ୍ର ସୁନ୍ଦରଗଡରେ ଆଜି ବିଶ୍ବର ସବୁଠାରୁ ବଡ ଷ୍ଟାଡିଅମ ଓଡିଶା ମାଟିର ଗୌରବ ଗାନ କରୁଛି। ଏ ଷ୍ଟାଡିଅମ ସାରା ବିଶ୍ବ ପାଇଁ ହକିର ମୁଖ୍ୟ କେନ୍ଦ୍ର ହୋଇରହିବ ଏବଂ ଦେଶର ପ୍ରମୁଖ ଟିମ୍‌ ମାନଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ସୁଯୋଗ ଦେଇଚାଲିବ। ଆମର ଏହି ଉଦ୍ୟମ ଦେଶର ଯୁବ ଖେଳାଳୀ ମାନଙ୍କୁ ପ୍ରେରଣା ଦେବ ବୋଲି ସେ କହିଥିଲେ। ଦେଶରେ ଅନେକ ଚମ୍ପିଆନ ସୃଷ୍ଟି କରିବ ଏବଂ ଦେଶ ତଥା ରାଜ୍ୟର ଗୌରବ ବୃଦ୍ଧି କରିଚାଲିବ ବୋଲି ସେ କହିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହାନ ସଂଗ୍ରାମୀ ତଥା କିମ୍ବଦନ୍ତୀ ପୁରୁଷ ବିର୍ସା ମୁଣ୍ଡାଙ୍କ ପ୍ରତି ତାଙ୍କର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । 120 କୋଟି ଟଙ୍କା ଖର୍ଚ୍ଚରେ ରେକର୍ଡ ପନ୍ଦର ମାସ ସମୟ ମଧ୍ୟରେ ଏହି ଷ୍ଟାଡିୟମ୍ ନିର୍ମିତ ହୋଇଛି। ଏହି କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରା ,ହକି ଇଣ୍ଡିଆର ସଭାପତି ଦିଲୀପ ତିର୍କୀ ,5T ସଚିବ ଭିକେ ପାଣ୍ଡିଆନ୍ ଓ ହକି ଇଣ୍ଡିଆର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ। ଇଣ୍ଡିଆ ଏ ଓ ଇଣ୍ଡିଆ ବି ଟିମ୍ ମଧ୍ୟରେ ଉଦଘାଟନୀ ମ୍ଯାଚକୁ ମୁଖ୍ୟମନ୍ତ୍ରୀ ଏହି ଅବସରରେ ଉଦଘାଟନ କରିଥିଲେ।

Comments are closed.