Latest Odisha News

BREAKING NEWS

ଆଉ ୩ ଦିନ ଘନ କୁହୁଡ଼ି, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଶୀତ କମିଥିବା ବେଳେ ଭୋରରୁ ଲାଗି ରହୁଛି ଘନ କୁହୁଡ଼ି । ଏଭଳି ପାଗ ଆଉ ୩ ଦିନ ଯାଏ ଲାଗି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ୧୯ ସକାଳ ଯାଏ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ସ୍ୱଳ୍ପ ବର୍ଷା ସମ୍ଭାବନା ରହିଛି ।

୧୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଦିଆ ଯାଇଛି । ସେହିଭଳି ୨୦ ତାରିଖରେ ଘନ କୁହୁଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କନ୍ଧମାଳ ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

ସେହିଭଳି ୨୧ ତାରିଖ ଲାଗି ପାଣିପାଗ ଘନ କୁହୁଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତା ୫ ଦିନ ଯାଏ ରାତି ତାପମାତ୍ରାରେ ସେଭଳି ବଡ଼ ପରିବର୍ତ୍ତନ ହେବ ନାହିଁ ।

Leave A Reply

Your email address will not be published.