ଗୋଇପଟାସ୍ଥିତ ସିଆରପିଏଫ୍ କ୍ୟାମ୍ପରେ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଲାଞ୍ଜି ପଞ୍ଚାୟତର ୧୨ଟି ଗ୍ରାମର ୧୦୦ ଜଣ ଗରିବ ଲୋକଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଓଡିଶା ସେକ୍ଟର ଭୁବନେଶ୍ୱର ଏବଂ ସମ୍ବଲପୁରର ୧୨ର୍ଥ ବାଟାଲିୟନ ସିଆରପିଏଫ କମାଣ୍ଡା ନନ୍ଦ କିଶୋର କୁମାର ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଆୟୋଜିତ ହୋଇଥିଲା । ୧୨ର୍ଥ ବାଟାଲିଅନ ସିଆରପିଏଫର ଦ୍ୱିତୀୟ କମାଣ୍ଡାଣ୍ଟ ଅଧିକାରୀ ଏନ୍ ରତନ କୁମାର ସିଂଙ୍କ ତତ୍ୱାବଧାନରେ ଆୟୋଜିତ ଶିବିରରେ ସମ୍ମାନିତ ଅତିଥି ଭାବେ ଲାଞ୍ଜି ସରପଞ୍ଚ ଯମୁନା ମାଝୀ, ଲାଞ୍ଜି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରାମ ଚନ୍ଦ୍ର ମଲ୍ଲିକ, ଏସବିଆଇ ଶାଖା ପରିଚାଳକ ସଂଖ୍ୟା ଚରଣ ବେଶ୍ରାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଏହାକୁ କାମାଣ୍ଡୋ ମିତ୍ରଭାନୁ ମହନ୍ତ ପରିଚାଳନା କରିଥିଲେ । ଭାରତ ସରକାର ତଥା ରାଜ୍ୟ ସରକାରଙ୍କ ଜନ କଲ୍ୟାଣକାରୀ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା ।
BREAKING NEWS
- Ama Bus:ପୁଣି ଆମ ବସ୍ ଧକ୍କାରେ ଗଲା ଜୀବନ, ବାଇକ୍ ଆରୋହୀ ଯୁବକଙ୍କ ମୃତ୍ୟୁ
- ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ; ଶେଷ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
Comments are closed.