ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରେ ଆଜି ଗୋଟିଏ କଲରାପତରିଆ ବାଘ ଛୁଆର ମୃତଦେହ ଉଦ୍ଧାର ହୋଇଛି । ବନ ବିଭାଗ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଚଳାଇଛି । ଏହାର ବୟସ ଦେଢ଼ ମାସ ହେବ । ବାଘର କେମିତି ମୃତ୍ୟୁ ହୋଇଛି, ତାହା ସ୍ପଷ୍ଟ ଜଣାପଡ଼ିନାହିଁ ।
ଏହି ବାଘ ଛୁଆର ମୃତଦେହ ଅଭୟାରଣ୍ୟର ବୁଢ଼ୀଗାଁ ଜଙ୍ଗଲ ନିକଟରେ ପଡ଼ିଥିଲା । ସ୍ଥାନୀୟ ଲୋକେ ଜଙ୍ଗଲକୁ ଯାଇଥିବା ବେଳେ ଏହାକୁ ଦେଖି ବନବିଭାଗକୁ ଜଣାଇଥିଲେ । ଖବରପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବ୍ୟବଚ୍ଛେଦ ପାଇଁ ପଠାଇଛି । ଡ଼ିହାଇଡ଼୍ରେସନ ଯୋଗୁ ବାଘର ମୃତ୍ୟୁ ହୋଇଥିବା ଡାକ୍ତର ପ୍ରକାଶ କରିଛନ୍ତି । ଅନ୍ୟପଟେ ଛୁଆଟି ମାଆ ପାଖରୁ ଅଲଗା ହୋଇ ଖାଇବାକୁ ନ ପାଇ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାହା ସ୍ପଷ୍ଟ ହେବ ବୋଲି ଡ଼ାକ୍ତର କହିଛନ୍ତି ।
BREAKING NEWS
- First newspaper in india: ଭାରତର ପ୍ରଥମ ଖବରକାଗଜ…ଦୋହଲାଇ ଦେଇଥିଲା ବ୍ରିଟିଶ ଶାସନର ମୂଳଦୁଆ
- High Court: ପୁରୀ ଜିଲ୍ଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ୍ ଜାରି କଲେ ହାଇକୋର୍ଟ..
- ଚୀନରେ ଏସିଆନ୍ ଇନଡୋର ଆଥଲେଟିକ୍ସ ଚାମ୍ପିଅନସିପ୍… କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ଦଳର ପ୍ରଶିକ୍ଷଣ ଆରମ୍ଭ
- AI Data Centers In Space: ମହାକାଶରେ ଖୋଲିବ AI ଡାଟା ସେଣ୍ଟର, ଐତିହାସିକ ପଦକ୍ଷେପ ନେବାକୁ ଯାଉଛନ୍ତି SpaceX CEO…
- EPFO: ସର୍ବନିମ୍ନ ପେନସନ୍ ୭,୫୦୦ ଟଙ୍କାକୁ ବୃଦ୍ଧି କରିବେ କି ସରକାର? ଶ୍ରମ ମନ୍ତ୍ରୀ ଦେଲେ ବଡ଼ ସୂଚନା…
- ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି
- India EU Trade Deal: ‘ମଦର୍ ଅଫ୍ ଅଲ୍ ଡ଼ିଲ’, ସରିଫ୍-ୟୁନୁସଙ୍କ ପାଇଁ କାଳ!
- Senior Citizens To Visit Puri: ବରିଷ୍ଠ ନାଗରିକ ଓ ବିଧବା ମହିଳାଙ୍କୁ ଜଗନ୍ନାଥ ଦର୍ଶନ କରାଇବେ ସରକାର
- Turkey Offer To Iran: ଆମେରିକାକୁ ତେଲ ଦେଇ ଡୋନାଲ୍ଡ ଟ୍ରମ୍ପଙ୍କ ସହ ଏକ ଚୁକ୍ତି କର…ଇରାନକୁ ବଡ଼ ପ୍ରସ୍ତାବ ଦେଲା ତୁର୍କୀ…
- ଟି୨୦ ବିଶ୍ୱକପ: ଦ୍ରୁତ ଶତକ ହାସଲ କରିଥିବା ୫ ବ୍ୟାଟ୍ସମ୍ୟାନ
Comments are closed.