Latest Odisha News

BREAKING NEWS

ବିଶିଷ୍ଟ ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କୁ ଦ୍ୱିତୀୟ ‘ସିକନ୍ଦର ଆଲାମ ସ୍ମୃତି ପୁରସ୍କାର’ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ସଙ୍ଗୀତଜ୍ଞ ତଥା ସଙ୍ଗୀତ ନିର୍ଦ୍ଦେଶକ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ସିକନ୍ଦର ଆଲାମ୍ ସ୍ମୁତି ପୁରସ୍କାର ପ୍ରଦାନ କରିଛନ୍ତି ।

ରାଜଧାନୀସ୍ଥିତ ସଚିବାଳୟଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କୁ ମାନପତ୍ର ଓ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରିଥିଲେ । ଏହି ଅବସରରେ ଶ୍ରୀକରଙ୍କୁ ମୁଖ୍ୟମନ୍ତ୍ରୀ ଅଭିନନ୍ଦନ ଜ୍ଞାପନ କରିବା ସହିତ ଓଡ଼ିଆ ସଙ୍ଗୀତ ଜଗତ ପ୍ରତି ତାଙ୍କ ଅବଦାନର ଉଚ୍ଚ ପ୍ରଶଂସା କରିଥିଲେ । ସ୍ୱର୍ଗତ ଆଲାମଙ୍କ ଝିଅ ନାଜିଆ ଆଲାମ ଏହି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ ।

ଏଠାରେ ସୂଚନାଯୋଗ୍ୟ, ପ୍ରଥମ ସିକନ୍ଦର ଆଲାମ୍ ସ୍ମୃତି ପୁରସ୍କାର ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକଙ୍କୁ ପ୍ରଦାନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସଂସ୍କୃତି ସଚିବ ମନୋରଞ୍ଜନ ପାଣିଗ୍ରାହୀ, ସ୍ୱର୍ଗତ ଆଲାମଙ୍କ ପତ୍ନୀ, ଝିଅ ସୋଫିଆ ଆଲାମ୍ ଏବଂ ଉତ୍କଳ ପ୍ରସଙ୍ଗର ସମ୍ପାଦକ ଲେନିନ୍ ମହାନ୍ତି ପ୍ରମୁଖ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.