ଖୋର୍ଦ୍ଧା: ଖୋର୍ଦ୍ଧା ଅବକାରୀ ବିଭାଗ ପାନବରଜ ନିକଟରେ ଚଢାଉ କରି ବ୍ରାଉନସୁଗାର ଜବତ କରିବା ସହ ଜଣେ ଯୁବକକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ପାନବରଜର ସେକ୍ ନସିମ୍ (୩୨) ।
ଖୋର୍ଦ୍ଧା ଅବକାରୀ ଇନ୍ସପେକ୍ଟର ଭୈରବ ସାହୁଙ୍କ ସୂଚନାନୁସାରେ, ଆଜି ମଧ୍ୟାହ୍ନ ୧୨ଟାରେ ପାନବରଜ ଶବର ସାହିର ପଛପଟ ରାସ୍ତାରେ ନସିମ୍ ବାଇକ୍ରେ ଗ୍ରାହକଙ୍କୁ ଅପେକ୍ଷା କରିଥିଲେ । ଖବର ପାଇ ଜିଲ୍ଲା ଭ୍ରାମ୍ୟମାଣ ଅବକାରୀ ଏସ୍ଆଇ ବି ମନୋଜ କୁମାର, ବେଗୁନିଆ ଅବକାରୀ ଓଆଇସି ରାଜେନ୍ଦ୍ର ସେସ, ଖୋର୍ଦ୍ଧା ଓଆଇସି ରଂଜନ ଦାସ ପ୍ରମୁଖ ଚଢାଉ କରି ତାଙ୍କୁ ଧରି ଯାଞ୍ଚ କରିଥିଲେ । ତାଙ୍କ ନିକଟରୁ ୧୮ ଗ୍ରାମ ବ୍ରାଉନସୁଗାର ସହ ଖାଲି ପ୍ୟାକେଟ୍ ଜବତ କରାଯାଇଥିଲା । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧ଲକ୍ଷ ୮୦ହଜାର ଟଙ୍କା ହେବ । ଏଥିସହ ବାଇକ ଓ ମୋବାଇଲ୍ ଫୋନ୍ ଜବତ କରାଯାଇଛି । ଏନେଇ ଖୋର୍ଦ୍ଧା ଅବକାରୀ ଥାନାରେ ୭୨/୨୦୨୩ରେ ଏକ ମାମଲା ରୁଜୁ କରାଯାଇ ସମ୍ପୃକ୍ତ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି ।
BREAKING NEWS
- ଓଲିଉଡର ଜଣାଶୁଣା ବରିଷ୍ଠ ଫିଲ୍ମ ପ୍ରଯୋଜକ ରବି ସ୍ୱାଇଁଙ୍କ ପରଲୋକ
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
Comments are closed.