ଝାରସୁଗୁଡ଼ା: ଆଜି ଝାରସୁଗୁଡ଼ା ଜିଲ୍ଲା ବଡ଼ମାଲ ଥାନା ଅନ୍ତର୍ଗତ ସା ପଡ଼ା ଛକଠାରେ ଏକ ଟ୍ରଲର ବାଇକ୍କୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ଖବରପାଇ ବଡ଼ମାଲ ପୋଲିସ ଘଟଣାସ୍ଥଳରେ ପହଞ୍ôଚ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଆଜି ସମ୍ବଲପୁର ଜିଲା ମାନେଶ୍ୱର ଗ୍ରାମର ମାନରଞ୍ଜନ ଜେନା ଓ ତାଙ୍କ ସ୍ତ୍ରୀ ଏକ ବାଇକ୍ରେ ଝାରସୁଗୁଡ଼ା କୁଦାବଗାରୁ ନିଜ ଗ୍ରାମକୁ ଯାଉଥିଲେ । ସାପଡ଼ା ଛକରେ ଏକ ଟ୍ରଲର ତାଙ୍କ ବାଇକ୍ ପଛକୁ ଧକ୍କା ଦେଇଥିଲା । ଫଳରେ ବାଇକ୍ ପଛରେ ବସିଥିବା ମାନରଞ୍ଜନଙ୍କ ସ୍ତ୍ରୀ ଛିଟିକ୍ ପଡ଼ିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ମାନରଞ୍ଜନ ଗୁୁରୁତର ଆହତ ହୋଇଛନ୍ତି । ପୋଲିସ ମୃତ ଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ମାନରଞ୍ଜନଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି ।
BREAKING NEWS
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!

Comments are closed.