ଭବାନୀପାଟଣା: ସରିଲା କଳାହାଣ୍ଡି ଜିଲାସ୍ତରୀୟ ବାର୍ଷିକ କ୍ରୀଡ଼ା ମହୋତ୍ସବ । ଜୁନାଗଡ଼ ବ୍ଳକ୍ ଅନ୍ତର୍ଗତ କୁରୁଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଆୟୋଜିତ ଉଦ୍ଯାପନୀ ଉତ୍ସବରେ କୁରୁଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ହୃଷିକେଶ ମେହେର ଅଧ୍ୟକ୍ଷତା କରିଥିଲେ । ଏଥିରେ ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ମୁଖ୍ୟଅତିଥି, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ ମୁଖ୍ୟବକ୍ତା, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଦାମୋଦ ବିଶ୍ୱାଳ, ମଙ୍ଗଳ ସଂପ୍ରସାରଣ ଅଧିକାରୀ ସୁମନ୍ତ ମାଝୀ, କୁରୁଗୁଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ରଂଜନ ପଣ୍ଡା, ଜୁନାଗଡ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ବୀଣାପାଣି ସାମନ୍ତ, ଜୟନ୍ତପୁର ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଅସୀମା ଦୋରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ବାର୍ଷିକ କ୍ରୀଡା ଯୋଗୁଁ ଅନେକ ପ୍ରତିଭା ଚିହ୍ନଟ ହେଉଛନ୍ତି । ତେଣୁ ଗ୍ରାମାଞ୍ଚଳର ଗରିବ ଛାତ୍ରଛାତ୍ରୀଙ୍କ ପ୍ରତିଭାକୁ ଜାତୀୟ ସ୍ତରରେ ପହଞ୍ଚାଇବା ହିଁ ଏକମାତ୍ର ଲକ୍ଷ୍ୟ ବୋଲି ଜିଲାସ୍ତରୀୟ ବାର୍ଷିକ କ୍ରୀଡାର ଉଦଯାପନୀ ଉତ୍ସବରେ ଅତିଥିମାନେ ମତ ପ୍ରକାଶ କରିଥିଲେ । ଶେଷରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ୨୦୨୨-୨୩ ର କ୍ରୀଡକ୍ଷେତ୍ରରେ ଉତ୍କର୍ଷତା ଲାଭ ପାଇଁ \”ବେଷ୍ଟ ପରର୍ଫମିଙ୍ଗ୍ ସ୍କୁଲ୍ ଫର୍ ସ୍ପୋର୍ଟ୍ସ’ ଭାବେ ଲାଞ୍ଜିଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଚାମ୍ପିୟନ ହୋଇଥିଲା । ଏହି କାର୍ଯ୍ୟକ୍ରମରେ କ୍ରୀଡା ଶିକ୍ଷକ ବିଜୟ ନାଏକ, ସୀତାକାନ୍ତ ପ୍ରଧାନ, କୃଷ୍ଣଚନ୍ଦ୍ର ନାୟକ, କାମସେନ୍ ଭୋଇ, ଅମୁଲ୍ୟ ନାଏକ ପ୍ରମୁଖ ସହଯୋଗ କରିଥିଲେ । ଏହାକୁ ମଧୁପୁର ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବେଦବ୍ୟାସ ପ୍ରଧାନ ପରିଚାଳନା କରିଥିଲେ । ଶେଷରେ କୁରୁଗୁଡା ସ୍କୁଲ ଏନ୍ସିସି ଅଫିସର୍ ସନ୍ତୋଷ କୁମାର ମେହେର ଧନ୍ୟବାଦ ଦେଇଥିଲେ ।
BREAKING NEWS
- ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି
- ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍
- ବସରୁ ଖସି ପଡ଼ିଲେ ରୋହିତ ଶର୍ମା; ଚିନ୍ତାରେ ଫ୍ୟାନ୍ସ
- ବିଜେପି ନେତାଙ୍କୁ ପ୍ରାଣାନ୍ତକ ଆକ୍ରମଣ; ଡାକ୍ତରଖାନାରେ ଭର୍ତ୍ତି
- Odisha Vigilance:୩୫ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ଆସିଷ୍ଟାଣ୍ଟ ଇଞ୍ଜିନିୟର ଓ ତାଙ୍କ ସହଯୋଗୀ
- ସମ୍ ହସ୍ପିଟାଲରେ ନୂତନ ହୃଦ୍ ଚିକିତ୍ସା: ଟିଏଭିଆର୍ ପଦ୍ଧତିରେ ୭୧ ବର୍ଷୀୟା ମହିଳାଙ୍କୁ ମିଳିଲା ନୂଆ ଜୀବନ
- Asian Games 2026:ଜାଭେଲିନ୍ ଥ୍ରୋ’ରେ ଭାରତର ଚମତ୍କାର ପ୍ରଦର୍ଶନ: ଯଶ୍ବୀରଙ୍କୁ ରୌପ୍ୟ ଓ ରୋହିତଙ୍କୁ ବ୍ରୋଞ୍ଜ
- ସରିଲା ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବି ଘୋଷଣା
- ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି
- MMDR ବିଲ୍କୁ ନେଇ ତେଜିଲା ରାଜନୀତି; ବିଜେଡିକୁ ବିଜେପିର କଡ଼ା ଜବାବ

Comments are closed.