ବ୍ରହ୍ମପୁର: ମଦ୍ୟପାନ କରି ଡ୍ରେନରେ ପଡ଼ିଗଲା ପରେ ଯୁବକଙ୍କ ଜୀବନ ଚାଲିଗଲା। ବ୍ରହ୍ମପୁର ସହର ବିଜିପୁର ଠାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଗୁରୁବାର ସକାଳେ ବିଜିପୁର ଶୌଚାଳୟ କଡ଼ ନାଳରେ ଗୋଟିଏ ଶବ ଭାସୁଥିବା ଦେଖିବାକୁ ମିଳିଥିଲା। ଏନେଇ ଅଞ୍ଚଳବାସୀ ବ୍ରହ୍ମପୁର ଟାଉନ୍ ଥାନାକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଏମକେସିଜି ମେଡ଼ିକାଲକୁ ପଠାଇଛି। ମୃତକଙ୍କ ନାମ ଡି.ନାଗୁ ଏବଂ ବୟସ ପ୍ରାୟ ୪୦ ବର୍ଷ ହେବ ବୋଲି ପୋଲିସ ସୂତ୍ରରୁ ସୂଚନା ମିଳିଛି। ରାତିରେ ମାତ୍ରାଧିକ ମଦ୍ୟପାନ ପରେ ଡ୍ରେନରେ ପଡ଼ିଯିବା ଫଳରେ ଜୀବନ ଚାଲିଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଟାଉନ ଥାନା ପୋଲିସ ଘଟଣାର ତଦନ୍ତ କରୁଛି।
BREAKING NEWS
- ପିଙ୍କବଲ ଟେଷ୍ଟ: ଅଷ୍ଟ୍ରେଲିଆ ୪୪ ରନରେ ଅଗ୍ରଣୀ
- ଏଣିକି ମହିଳା କର୍ମଚାରୀଙ୍କୁ ମିଳିବ ପେଡ୍ ପିରିୟଡ୍ ଲିଭ୍
- ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…
- ଡିସେମ୍ବର ୫ରୁ ୧୫; ବିମାନ ବାତିଲ ଉପରେ ମିଳିବ ସମ୍ପୂର୍ଣ୍ଣ ରିଫଣ୍ଡ
- କୋହଲିଙ୍କ ଶତକ ଯୋଗୁ ବୃଦ୍ଧି ହେଲା ଟିକେଟ ବିକ୍ରି
- ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
Comments are closed.