Latest Odisha News

BREAKING NEWS

ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି । ଫାଲଗୁନ ମାସ କୃଷ୍ଣପକ୍ଷ ତୃତୀୟା ତିଥିରେ ଶ୍ରୀମନ୍ଦିର ରତ୍ନସିଂହାସନରେ ଦାରୁବ୍ରହ୍ମଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଦ୍ୱିତୀୟ ଭୋଗ ମଣ୍ଡପ ପରେ ଅନୁଷ୍ଠିତ ହେବ ଏହି ଗୁପ୍ତ ସେବା। ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଭିତରୁ ଜୟ ବିଜୟ ଦ୍ୱାର ବନ୍ଦ କରାଯିବ ।ଗର୍ଭଗୃହ ମଧ୍ୟରେ ଦତ୍ତ ମହାପାତ୍ର ସେବାୟତମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବେ । ଶ୍ରୀଜୀଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତିରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର କରାଯାଇଥାଏ । ବନକ ଲାଗି ନୀତି ସମାପନ ପରେ ଶ୍ରୀବିଗ୍ରହମାନଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହେବ । ଏହାପରେ ସନ୍ଧ୍ୟା ଆଳତି, ସନ୍ଧ୍ୟାଧୂପ, ବଡ଼ସିଂହାର ବେଶ, ବଡ଼ ସିଂହାର ଭୋଗ ଏବଂ ରାତ୍ରପହୁଡ଼ ହେବାର ବିଧି ରହିଛି। ମହାସ୍ନାନ ପରେ ଭକ୍ତମାନେ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ । ଶ୍ରୀଜିଉଙ୍କ ଦର୍ଶନ ଲାଭ କରି କୋଟି ପୂର୍ଣ୍ଣ୍ୟ ଅର୍ଜନ କରିବେ ବୋଲି ବିଶ୍ବାସ ରହିଛି ।

Leave A Reply

Your email address will not be published.