ଭୁବନେଶ୍ୱର: ବର୍ଷାରେ ଭିଜିବ ରଙ୍ଗର ପର୍ବ ହୋଲି । ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷା ଲାଗି ରହିବ । ବିଭିନ୍ନ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ୧୧ ତାରିଖ ଯାଏ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ରାଜ୍ୟରେ ୭ ରୁ ୧୦ ତାରିଖ ଯାଏ ପଶ୍ଚିମା ଝଡ଼ ପ୍ରଭାବ ରହିବ । ୭ ଏବଂ ୮ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ଏବଂ ୯ ଓ ୧୦ ତାରିଖରେରେ ଆଭ୍ୟନ୍ତରୀଣ ସହ କିଛି ଉପକୂଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୧୦ ତାରିଖରେ ଖୋର୍ଦ୍ଧା ସମେତ ଉତ୍ତର ଉପକୂଳ ଓଡ଼ିଶାରେ ପଶ୍ଚିମା ଝଡ଼ ପ୍ରଭାବ ରହିବ ।
୭ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ସେହିଭଳି ୮ ତାରିଖ ହୋଲି ଦିନ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।
ଅନ୍ୟପଟେ ଏବେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଗାମୀ ୫ ଦିନ ଯାଏ ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ।
Comments are closed.