ଖୋର୍ଦ୍ଧା – ଜନ୍ମ ପଞ୍ଜିକରଣ ଓ ଜନ୍ମ ସାର୍ଟିଫିକେଟ ଶିଶୁର ପ୍ରଥମ ଅଧିକାର । ଯାହାକୁ ଲକ୍ଷ୍ୟରେ ରଖି ରାଜ୍ୟରେ ଆରମ୍ଭ ହୋଇଛି “ବାଲ୍ ଆଧାର” । ଏହି କ୍ରମରେ ଆଜି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆଧାର କାର୍ଡ ଅପଡେଟ କରିବାକୁ ଭ୍ରାମ୍ୟମାଣ ଆଧାର ସେବା ଭ୍ୟାନକୁ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଶୁଭାରମ୍ଭ କରିଛନ୍ତି। “ବାଲ୍ ଆଧାର” ଯୋଜନାରେ ଶିଶୁଙ୍କ ଜନ୍ମ ପରେ ପରେ ଆଧାର କାର୍ଡ ସଂଯୁକ୍ତ ସହ ଜନ୍ମ ପଞ୍ଜୀକରଣ କରାଯିବ। ଜନ୍ମ ପଞ୍ଜୀକରଣ ସହ ଆଧାର ସଂଯୋଗ ଦ୍ବାରା ସରକାରୀ ସେବା ପାଇବା ସହଜ ହେବ ଓ ଏହା ନିଶୁଳ୍କ ବୋଲି ସରାକାରଙ୍କ ପକ୍ଷରୁ କୁହାଯାଇଛି । ଶିଶୁ ଜନ୍ମ ହୋଇଥିବା ଚିକିତ୍ସାଳୟ ସହ ଯୋଗାଯୋଗ କରି ବାଲ୍ଆଧାର ପ୍ରାପ୍ତ କରିବାକୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ଆଧାର ପଞ୍ଜୀକରଣ ପାଇଁ ମାଆବାପାଙ୍କର କୌଣସି ଜଣଙ୍କ ଆଧାର ନମ୍ବର ଥିବା ଜରୁରୀ। ୫ବର୍ଷ ପର୍ଯ୍ଯନ୍ତ ଶିଶୁର ବାୟୋମେଟ୍ରିକ ଅନିର୍ବାର୍ଯ୍ଯ ନୁହେଁ। ଶିଶୁ ଜନ୍ମର ୨୧ଦିନ ମଧ୍ୟରେ ପଞ୍ଜୀକରଣ ସମ୍ପୂର୍ଣ ନିଃଶୁକ୍ଳ ହୋଇଥିବାବେଳେ ଆଧାର କାର୍ଡ ପଞ୍ଜିକରଣ ସର୍ବଦା ନିଃଶୁକ୍ଳ ଅଟେ। ତେଣୁ ଶିଶୁ ଜନ୍ମ ହୋଇଥିବା ଚିକିତ୍ସାଳୟ ସହ ଯୋଗାଯୋଗ କରି ପିତାମାତା ଏହି ବାଲ୍ ଆଧାର ପ୍ରାପ୍ତ କରିପାରିବେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
BREAKING NEWS
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ
- ଆସନ୍ତାକାଲି ଓଡ଼ିଶା ବନ୍ଦ; ରାଜ୍ୟର ସବୁ ଜିଲ୍ଲାପାଳଙ୍କୁ ଗୃହ ବିଭାଗର ସତର୍କ ସୂଚନା
- ଟିପିଏସ୍ଓଡିଏଲ୍ ତରଫରୁ ଗଜପତି ଜିଲ୍ଲାରେ ସୋଲାର ରଥର ଶୁଭାରମ୍ଭ
- ଶେଷ ହୋଇନାହିଁ ଜାଡେଜାଙ୍କ ୨୦୨୭ ବିଶ୍ୱକପ୍ ଖେଳିବା ଆଶା
- ପାର୍ବଣରେ ଗ୍ରାହକଙ୍କୁ ଝଟ୍କା ଦେଇପାରେ ଆରବିଆଇ: ମହଙ୍ଗା ହୋଇପାରେ ଘର ଓ ଗାଡ଼ି ଋଣ
- ‘ଭୁଲ୍ ଭୁଲୈୟା ୩’ ପରେ ଏବେ ତାମିଲ ସିନେମା: ବିଦ୍ୟା ବାଲନ୍ ଦେଲେ ନୂଆ ଫିଲ୍ମର ସୁଟିଂ ହିଣ୍ଟ
- ଅକ୍ଟୋବର ୨ରେ ବୁଧ-ମଙ୍ଗଳଙ୍କ ବିରଳ ‘କେନ୍ଦ୍ର ଦୃଷ୍ଟି ଯୋଗ’: ଏହି ୪ଟି ରାଶିର ଖୋଲିବ ଭାଗ୍ୟ

Comments are closed.