Latest Odisha News

ପଶ୍ଚିମା ଝଡ ପ୍ରଭାବରେ ବଢିବ ବର୍ଷା, ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ବଢିବ ବର୍ଷାର ପରିମାଣ । ପଶ୍ଚିମା ଝଡ ପ୍ରଭାବରେ ଗତ ଦୁଇଦିନ ଧରି କେତେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ଏହାର ପ୍ରଭାବ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । କୁଆପଥର ପଡିବା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହିତ ଆଗାମୀ ୨୪ ଘଣ୍ଟା ପାଇଁ ପୁରୀ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, ବୌଦ୍ଧ, କନ୍ଧମାଳ, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲକୁ ୟେଲାେ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ ବା ୨ଟି ସ୍ଥାନରେ ଘଡଘଡି ସହ ବର୍ଷା ହେବା ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

 

Leave A Reply

Your email address will not be published.