Latest Odisha News

ଆହୁରି ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା; ଆଗାମୀ ୩ ଘଣ୍ଟା ପାଇଁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଆଗାମୀ ତିନି ଘଣ୍ଟା ପାଇଁ ୨୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା । ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ, କନ୍ଧମାଳ, ବରଗଡ, ନୂଆପଡା, ବଲାଙ୍ଗୀର, ବୌଦ୍ଧ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାରେ ଲୋକଙ୍କୁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଘଡଘଡି ଭୟ ଥିବାରୁ ପାଣିପାଗର ଅବସ୍ଥା ଦେଖି ବାହାରକୁ ବାହାରିବା ପାଇଁ ସତର୍କ କରାଯାଇଛି ।

ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁଯାୟୀ,  ଆଗାମୀ ୫ ଦିନ ପାଇଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । । ଏ ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ୯ଟି ଜିଲ୍ଲା ହେଉଛି କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, କେନ୍ଦୁଝର ଏବଂ ମୟୂରଭଞ୍ଜ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ସବୁ  ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଡଘଡି, ବିଜୁଳି ସହ ବର୍ଷା ସମ୍ଭାବନା ରହିଛି ।

ସେହିପରି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କଟକ, ଢେଙ୍କାନାଳ, ଜାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ   ଅଳ୍ପରୁ ମଧ୍ୟମ ଧରଣ ବର୍ଷା କିମ୍ବା ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

ମାର୍ଚ୍ଚ ୨୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, କୋରାପୁଟ, ମାଲଗକାନଗିରି, ବାଲେଶ୍ୱର ଜିଲ୍ଲା ପାଇଁ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ଏବଂ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଅନ୍ୟ ଜିଲ୍ଲାମାନଙ୍କରେ ପାଗ ଶୁଖିଲା ରହିବ ।

ଆସନ୍ତା ୩ ମଧ୍ୟରେ ତାପମାତ୍ରା ବୃଦ୍ଧି ପାଇପାରେ ବୋଲି ଆଇଏମଡି ଅନୁମାନ କରିଛି । ରାଜ୍ୟରେ ୨ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି ।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରେ ସର୍ବାଧିକ ୩୪.୬ ଡିଗ୍ରୀ ତାପମାତ୍ରା ଥିବାବେଳେ ନୂଆପଡାରେ ସର୍ବନିମ୍ନ ତାପମାତ୍ରା ୧୫.୪ ଡିଗ୍ରୀ ଥିବା ରେକର୍ଡ କରାଯାଇଛି ।

Leave A Reply

Your email address will not be published.