Latest Odisha News

କୁଆପଥର ମାଡ଼ ସହ ବର୍ଷା ସମ୍ଭାବନା; ୪୦ରୁ ୫୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ମାର୍ଚ୍ଚ ୩୧ ଓ ଏପ୍ରିଲ ପହିଲାରେ ରାଜ୍ୟର କେତେକ ଜିଲ୍ଲାରେ ପଶ୍ଚିମା-ଝଡ଼ ସର୍ବାଧିକ ପ୍ରଭାବ ପକାଇବ। କୁଆପଥର ମାଡ଼ ସହ ବର୍ଷା ପବନ ହେବ। ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ କହିଛି।

୬ଟି ଜିଲ୍ଲାର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ପ୍ରାୟ ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ହେଇପାରେ। ଆଜି ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।

ମିଳିଥିବା ସୂଚନା ଅନୁସାରେ, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼ରେ ପଶ୍ଚିମା-ଝଡ଼ ପ୍ରଭାବରେ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବ। ସେହିପରି ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ମଧ୍ୟ ଝଡ଼ ପ୍ରଭାବରେ ବର୍ଷା ସହ ପବନ ବହିବ।

ମାର୍ଚ୍ଚ ୩୧ ସକାଳ ୮ଟା ୩୦ରୁ ଏପ୍ରିଲ ୧ ସକାଳ ୮ଟା ୩୦ ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କଟକ ଓ ଢେଙ୍କାନାଳର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟ ଜିଲ୍ଲାଗୁଡ଼ିକରେ ଘଡ଼ଘଡ଼ି ବିଜୁଳି ସହ ଝଡ଼ବର୍ଷା ହେବ।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଏପ୍ରିଲ ୨ ତାରିଖ ସକାଳ ସୁଦ୍ଧା ଉପକୂଳ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେଇପାରେ। ଏପ୍ରିଲ ୨ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ପୁଣି ଏକ ନୂଆ ପଶ୍ଚିମା-ଝଡ଼ ଆସିପାରେ। ବୁଧବାର ଯାଜପୁରରେ ସର୍ବାଧିକ ୪୪ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବାଲେଶ୍ୱର, ଭଦ୍ର ଭୁବନେଶ୍ୱର, ବାରିପଦା, କେନ୍ଦୁଝର, ତାଳଚେର, ପାରଳାଖେମୁଣ୍ଡିରେ ବର୍ଷା ହୋଇଛି।

Comments are closed.