Latest Odisha News

BREAKING NEWS

ଭଦ୍ରକ ସ୍କୁଲ ପିଲାଙ୍କ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁକମ୍ପା ରାଶି ଘୋଷଣା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜଣାଇଲେ ସମବେଦନା

ଭଦ୍ରକ : ଭଦ୍ରକ ଉପକଣ୍ଠ ରାହାଞ୍ଜ ଛକ ନିକଟସ୍ଥ ୧୬ନଂ ଜାତୀୟ ରାଜପଥରେ ଘଟିଥିବା ମର୍ମନ୍ତୁଦ ଟ୍ରକ ଦୁର୍ଘଟଣାେରେ ୫ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଶୋକସନ୍ତପ୍ତ ପରିବାରକୁ ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

ଏହି ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ମୃତ ଛାତ୍ରଛାତ୍ରୀଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି । ଆହତ ଛାତ୍ରଛାତ୍ରୀଙ୍କ ପ୍ରତି ସମବେଦନା ଜଣାଇ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ସୂଚନାଯୋଗ୍ୟ ଭଦ୍ରକ ସହରର ରାଣୀତାଲ ହାଇସ୍କୁଲର ଛାତ୍ରଛାତ୍ରୀ ଛୁଟି ପରେ ଆଜି ଅପରାହ୍ନ ୪ଟା ସମୟରେ ସାଇକେଲରେ ଘରକୁ ଫେରୁଥିଲେ । ରାସ୍ତା ପାରି ହେଉଥିôବା ବେଳେ ରାହାଞ୍ଜ ଛକ ନିକଟରେ ଏକ ଦ୍ରୁତଗାମୀ ଟ୍ରକ ଏହି ପିଲାମାନଙ୍କୁ ଚାପିଦେଇ ଚାଲି ଯାଇଥିଲା । ଟ୍ରକ ଚାପିଦେବା ଫଳରେ ଘଟଣାସ୍ଥଳରେ ହିଁ ୫ ଜଣ ଛାତ୍ରଛାତ୍ରୀଙ୍କର ମୃତ୍ୟୁ ହୋଇଥିଲା ।

Leave A Reply

Your email address will not be published.