ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିବ ଘଡ଼ଘଡ଼ି ବର୍ଷା । ୧୯ ତାରିଖ ପରେ ଆହୁରି ଖସିବ ପାରଦ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ୧୯ ତାରିଖ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେବ ।
#Breaking ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି । ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ସର୍ବାଧିକ ୪୨.୮ ଡିଗ୍ରୀ ତାପମାତ୍ରା ରେକର୍ଡ । ସମ୍ବଲପୁରରେ ପାରଜ ୪୨.୬ ଡିଗ୍ରୀ, ହୀରାକୁଦରେ ୪୦.୮ ଡିଗ୍ରୀ, କେନ୍ଦୁଝରରେ ୪୦ ଡିଗ୍ରୀ, ଚାନ୍ଦବାଲିରେ ୩୯.୨ ଡିଗ୍ରୀ, ଭୁବନେଶ୍ୱରରେ ୩୮.୬ ଡିଗ୍ରୀ ରେକର୍ଡ ହୋଇଛି ।#HeatWave #Thunderstorm pic.twitter.com/0mUF2k0lBs
— Odisha Sambad (@Odisha_Sambad) April 17, 2023
ସେପଟେ ଆଞ୍ଚଳିକ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟର ବିଭିନ୍ନ ଜିଲ୍ଲାରେ ୨୨ ତାରିଖ ସକାଳ ଯାଏ ଘଡ଼ଘଡ଼ି ବର୍ଷା ହେବ । ଆସନ୍ତା ୨ରୁ ୩ ଦିନ ଯାଏ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ତା ପରେ ପାରଦ ୨ରୁ ୩ ଡିଗ୍ରୀ ଯାଏ ଖସିବ । ତଥାପି ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଏବଂ ତା’ଠୁ ଉପରେ ରହିବ ।
#Warning for Day-1 to Day-5 pic.twitter.com/onfbSNeTBH
— Meteorological Centre, Bhubaneswar (@mcbbsr) April 17, 2023
ଆଗାମୀ ୨୪ ଘଣ୍ଟାରେ କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ଏବଂ ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାକୁ ହିଟ୍ ୱେଭ୍ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଦେଇଛି ।
ସେହିଭଳି ୧୮ ତାରିଖରେ ଘଡ଼ଘଡ଼ି ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଜିଲ୍ଲାକୁ ଆଲର୍ଟ କରାଯାଇଥିବା ବେଳେ ହିଟୱେଭ୍ ନେଇ ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।
#MaximumTemperature (ºC) Forecast for Day-1 to Day-5: pic.twitter.com/z8XqxI09rS
— Meteorological Centre, Bhubaneswar (@mcbbsr) April 17, 2023
୧୯ ତାରିଖରେ ଘଡ଼ଘଡ଼ି ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୦ ତାରିଖରେ ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।
୨୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ଥିବାବେଳେ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Comments are closed.