ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଦିନ ଯାଏ କାଳବୈଶାଖୀ ବର୍ଷା ହେବ । ୨୬ ତାରିଖ ଯାଏ ଘଡ଼ଘଡ଼ି ବର୍ଷା ଓ କୁଆପଥର ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି । ୨୫ ତାରିଖରୁ ବର୍ଷାର ପରିମାଣ କମିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଣ୍ଟାରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଓ ବୌଦ୍ଧ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏହି ସମୟରେ ଝୁଙ୍କ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ରହିପାରେ । କୋରାପୁଟ, କନ୍ଧମାଳ, କଳାହାଣ୍ଡି, ଗଜପତି, ଗଞ୍ଜାମ ଓ ନବରଙ୍ଗପୁର ଜିଲ୍ଲାରେ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି ।
୨୩ ତାରିଖରେ କାଳବୈଶାଖୀ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝୁଙ୍କ ପବନ ହୋଇପାରେ । ଏଥିସହ ଢେଙ୍କାନାଳ, ବୌଦ୍ଧ, କଟକ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି ।
୨୪ ତାରିଖରେ ବର୍ଷାର ପରିମାଣ ଆହୁରି ବଢ଼ିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କୁଆପଥର ବର୍ଷା ହେବ । ପ୍ରବଳ ବର୍ଷା ନେଇ କଟକ, ଯାଜପୁର, ଢେଙ୍କାନାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ଆଲର୍ଟ କରାଯାଇଛି ।
୨୫ ଓ ୨୬ ତାରିଖରେ ଘଡ଼ଘଡ଼ି ବର୍ଷା ଜାରି ରହିବ । ତେବେ ବର୍ଷାର ପ୍ରଭାବ କମିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
Comments are closed.