Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା ୧୬-୦୮-୨୦୧୯ ଶୁକ୍ରବାର

ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର

ଆଜି ଦିନର ମହତ୍ତ୍ୱ.

ଆଜି ହେଉଛି ୨୦୧୯ ମସିହା ଅଗଷ୍ଟ
ତା ୧୬ ରିଖ ଶୁକ୍ରବାର କର୍କଟ ୩୧ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦା ତିଥି ଧନିଷ୍ଠା ନକ୍ଷତ୍ର କୁମ୍ଭ ଚନ୍ଦ୍ର
ଘାତ ବାର-: ବିଛା ଧନୁ ମୀନ ରାଶିର
ଘାତ ଚନ୍ଦ୍ର:- ମିଥୁନ ଓ ମୀନ ରାଶିର

ଆଜି: ପାଣିକଖାରୁ ଖାଇବା ନିଷେଧ
ମେଷ-
ବିଭିନ୍ନ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ହେବ । ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‌ ବୁଝାମଣାଜନିତ ମତପାର୍ଥକ୍ୟ ଦେଖା ଦେବ । ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। ହାତମୁଠାରୁ ସୁ୍‌ଯୋଗ ଖସିଯିବାର ଆଶଙ୍କା ରହିଛି।

ବୃଷ
କୌଣସି ବନ୍ଧୁଙ୍କ ପରୋକ୍ଷ ବିରୋଧ ଆପଣଙ୍କ କାମରେ ସମସ୍ୟା ସୃଷ୍ଟି କରିପାରେ । ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶକ୍ରମେ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିକରିବେ । କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ପାଇବେ । ଚେଷ୍ଟା କରୁଥିବା କାର‌୍ୟ୍ୟ ଶେଷ ପର‌୍ୟ୍ୟାୟରେ ପହଞ୍ଚିବ ।

ମିଥୁନ
ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । କାର‌୍ୟ୍ୟ ହାସଲ ସକାଶେ ପର ଉପରେ ନିର୍ଭର କରିବାକୁ ପଡ଼ିପାରେ। ନିର୍ମାଣଧୀନନ କାର‌୍ୟ୍ୟ ଶେଷ ପର‌୍ୟ୍ୟାୟରେ ପହଞ୍ଚିବ। ଧର୍ମକାର‌୍ୟ୍ୟରେ
ବ୍ୟସ୍ତ ରହିପାରନ୍ତି। ଋଣ ପରିଶୋଧ କରିବେ ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ ।

କର୍କଟ
ପ୍ରତିକୂଳ ପରିସ୍ଥିତି ମଧ୍ୟରେ ଗତି କଲେ ମଧ୍ୟ ସଫଳତା ପାଇବେ ନାହିଁ । ପରିବାରରେ ମତ ପାର୍ଥକ୍ୟ ଦେଖା ଦେବ ।ମହିଳାମାନେ ସମାଲୋଚିତ ହେବେ ।ମାଲିମକଦମାରେ ଜଡିତ ହୋଇ ପାରନ୍ତି ।ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

ସିଂହ
ଖୁସିର ବାତାବରଣ ମଧ୍ୟରେ ଦିନଟିକୁ କଟାଇବେ । କୌଣସି ବାନ୍ଧବୀଙ୍କ ପ୍ରଶଂସାସୂଚକ କଥାବାର୍ତ୍ତାରେ ଖୁସି ଅନୁଭବ କରିବେ। ପୂର୍ବରୁ ପ୍ରସ୍ତୁତି ନ ଥାଇ ମଧ୍ୟ ଯଥେଷ୍ଟ କିଛି ବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।

କନ୍ୟା
ଅଭିଳଷିତ କାମ ହାସଲ କରିବେ । ସମସ୍ୟା ନ ଥିଲେ ମଧ୍ୟ ପରୋକ୍ଷ ଅସୁବିଧା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସଫଳତା ମିଳିବ । ସହଜରେ କାହାରିକୁ ବିଶ୍ୱାସ କରନ୍ତୁ ନାହିଁ । ନିଜର ବିଶ୍ୱସ୍ତ ବନ୍ଧୁମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିପାରନ୍ତି ।

ତୁଳା
ସନ୍ତାନଙ୍କ ସ୍ବାସ୍ଥ୍ୟ ଗତ କାରଣକୁ ନେଇ ଚିନ୍ତିତ ହେବେ । କର୍ମକ୍ଷେତ୍ରରେ ସ୍ଥଗିତ କାମ ଆଜି ପାଇଁ ଦୋଷି ସାବ୍ୟସ୍ତ ହେବେ । ଯୁକ୍ତିତର୍କଜନିତ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ଧାର ସୂତ୍ରରେ ଅର୍ଥ ପାଇବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।

ବିଛା
ସାମାଜିକ ସ୍ତରରେ ସୁନାମ ଅର୍ଜନ କରିବେ । ବିଶିଷ୍ଟ ବ୍ୟକ୍ତିମାନଙ୍କ ସଙ୍ଗଲାଭ କିମ୍ବା ଆନୁଷ୍ଠାନିକ କାମ ଅଥବା ସଭାସମିତିରେ ସମ୍ମାନିତ ହୋଇପାରନ୍ତି । ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ତାହା ବିନା ବାଧାବିଘ୍ନରେ ସମାପନ ହୋଇପାରିବ । ପାରିବାରିକ ଅସ୍ଥିରତା କାରଣରୁ ସାୟାହ୍ନେ ମନ ଭଲ ରହି ନ ପାରେ ।

ଧନୁ
ଅସାଧ୍ୟ କାର‌୍ୟ୍ୟରେ ସିଦ୍ଧି ଲାଭ କରିବେ ।ବ୍ୟବସାୟରେ ପୂର୍ବ ଅପେକ୍ଷା ଆଯ ବୃଦ୍ଧି ଘଟିବ । ଅପ୍ରିୟ ସତ୍ୟ କହି ଦୋଷି ସାବ୍ୟସ୍ତ ହେବେ । ଅନ୍ୟମାନଙ୍କର ଚକ୍ଷୁଶୂଳ ହେବା ଆଶଙ୍କା ରହିଛି । ଆକସ୍ମିକ ଭାବରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଅପରାହ୍ନରେ କୌଣସି ଶୁଭ ଖବର ପାଇ ମନ ଆନନ୍ଦିତ ହେବ ।

ମକର
କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମାନସିକ ଅଶାନ୍ତିର କାରଣ ହେବ । ବନ୍ଧୁମାନଙ୍କ କାର‌୍ୟ୍ୟକଳାପକୁ ନେଇ ଦୁଃଖୀତ ହେବେ । ଗତକାଲିଠାରୁ ଚେଷ୍ଟା କରୁଥିବା କାମରେ ଆଜି ଆଂଶିକ ସଫଳତା ପାଇବେ । ମହିଳାମାନେ ପ୍ରଶଂସନୀୟ ହେବେ ।
କୁମ୍ଭ
ପ୍ରଶାସନିକ ସ୍ତରରେ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ନେଇ ବନ୍ଧୁଙ୍କ ସହ ଆଳାପ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ । ପାରିବାରିକ ଜୀବନ ସୁଖମୟ ହେବ । ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଦୂରଯାତ୍ରା, ପରିଭ୍ରମଣ କିମ୍ବା ଦେବାର୍ଚ୍ଚନା ପାଇଁ ମନ ବଳାଇବେ।

ମୀନ
ଯେତେ ପ୍ରକାର ଚେଷ୍ଟାକଲେ ମଧ୍ୟ ପରିସ୍ଥିତି ନ ବଦଳିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିକୁ ସାମ୍‌ନା କରିବାକୁ ଯାଇ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିବ । ଗୋଟିଏ କାମ ନ ସରୁଣୁ ଏକାଧିକ କାମରେ ହାତଦେବା ଠିକ୍‌ ହେବନାହିଁ । ମାଲିମକଦମାରେ ଜଡିତ ହୋଇ ପାରନ୍ତି

Leave A Reply

Your email address will not be published.