Latest Odisha News

BREAKING NEWS

ଆଉ ୫ ଦିନ ଘଡ଼ଘଡ଼ି ବର୍ଷା, ୩୦ରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ପ୍ରଭାବ ଆଉ ୫ ଦିନ ଲାଗି ରହିବ । ୨ ତାରିଖ ଯାଏ ଘଡ଼ଘଡ଼ି ବର୍ଷା ହେବାକୁ ଥିବା ବେଳେ ୩୦ ତାରିଖରେ ପ୍ରବଳ ବର୍ଷା ନେଇ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ।

ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗର ଝୁଙ୍କ ପବନ ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୨୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗର ଝୁଙ୍କ ପବନ ପାଇଁ ୟେଲୋ ଆଲର୍ଟ ରହିଛି ।

୩୦ ତାରିଖରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗର ଝୁଙ୍କ ପବନ ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଟକ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି ।

Leave A Reply

Your email address will not be published.