Latest Odisha News

BREAKING NEWS

ଜିଲ୍ଲା ସଂସ୍କୃତି ଅଧିକାରୀମାନଙ୍କ ଦୁଇଦିନିଆ କର୍ମଶାଳା ତଥା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲାର ଜିଲ୍ଲା ସଂସ୍କୃତି ଅଧିକାରୀମାନଙ୍କୁ ନେଇ ଆୟୋଜିତ ହୋଇଥିବା ଦୁଇଦିନିଆ କର୍ମଶାଳା ତଥା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ଏହି କର୍ମଶାଳାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ ବିଭାଗୀୟ ନିର୍ଦ୍ଦେଶକ ଦିଲ୍ଲୀପ ରାଉତରାଏ ଯୋଗଦେଇ ନିଜ ସଂସ୍କୃତିକୁ ଭଲପାଇବା ସହ ତାହାକୁ ବିଶ୍ୱସ୍ତରରେ ପ୍ରତିଷ୍ଠିତ କରିବା ଦିଗରେ ପ୍ରୟାସ ଜାରି ରଖି ବିଭାଗର କାର୍ଯ୍ୟକୁ ନିଷ୍ଠାର ସହ ସଫଳ ଭାବରେ କାର୍ଯ୍ୟକାରୀ କରିବାକୁ ସମସ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ ।

ଏହି କର୍ମଶାଳାରେ ଜିଲ୍ଲାସ୍ତରରେ କାର୍ଯ୍ୟକାରୀ ହେଉଥିବା ବିଭାଗୀୟ ବିବିଧ କାର୍ଯ୍ୟକ୍ରମ ଯଥା :- ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା, ବାଲେଶ୍ୱର ଶଙ୍ଖାରୀସ୍ଥିତ ମନୋଜ ଦାସ ସ୍ମାରକୀ ପ୍ରକଳ୍ପ, ଭଦ୍ରକ ଗରଦପୁରସ୍ଥିତ ଗାନ୍ଧୀ ଓଡ଼ିଶା ବାଳାଶ୍ରମ, କଟକର ଉତ୍କଳ ଗାନ୍ଧୀ ସ୍ମାରକନିଧି, ଖୋଦ୍ଧା କେନ୍ଦୁଲୀସ୍ଥିତ ଶ୍ରୀଜୟଦେବ ପୀଠ, ପୁରୀ ଜିଲ୍ଲା ସୁଆଣ୍ଡୋରେ ଉତ୍କଳମଣି ଗୋପବନ୍ଧୁ ଦାସ ସ୍ମାରକୀ ପ୍ରକଳ୍ପ, ଜିଲ୍ଲା ପାଠାଗାର ତଥା ଅନ୍ୟାନ୍ୟ ବିଭାଗୀୟ ପାଠାଗାର ପରିଚାଳନା, ଜିଲ୍ଲା ସଂସ୍କୃତି ପରିଷଦ ତଥା ଜିଲ୍ଲା ସାଂସ୍କୃତିକ ପାଣ୍ଠି ବିନିଯୋଗ, ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିଗୁଡ଼ିକର ରକ୍ଷଣାବେକ୍ଷଣ, ଆଦର୍ଶ ବରପୁତ୍ର ଗ୍ରାମ, ଓଡ଼ିଶାର ଐତିହ୍ୟ କୀର୍ତ୍ତିରାଜିର ସଂରକ୍ଷଣ, ବିଭାଗ ଅଧିନରେ ପରିଚାଳିତ ରାଜ୍ୟ ଏକାଡେମୀଙ୍କ ପକ୍ଷରୁ ଆୟୋଜିତ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ତଥା ସାଂସ୍କୃତିକ ଦଳ ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିଲା ।

Comments are closed.