Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୮ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ବରଗଡ, ଝାରସୁଗୁଡା, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ପୁରୀ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦ୍ୱିପ୍ରହର ୨ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.