Latest Odisha News

BREAKING NEWS

ଆସୁଥିବା ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି: ଆଇଏମଡି

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ଲଘୁଚାପ ଆଜି ରାତିରେ ବାତ୍ୟାରେ ପରିଣତ ହେବ । ଏହା ପରେ ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଶକ୍ତିଶାଳୀ ହେବ । ତେବେ ଓଡ଼ିଶା ଉପରେ ଆସୁଥିବା ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ । ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

BjdElectrycity

ସେ କହିଛନ୍ତି, ବାତ୍ୟା ପ୍ରଭାବରେ ଓଡ଼ିଶାରେ ପବନ କିମ୍ବା ବର୍ଷା ହେବ ନାହିଁ । ଗଭୀର ଅବପାତଟି ଆଜି ରାତି ସୁଦ୍ଧା ବାତ୍ୟାରେ ପରିଣତ ହେବ । କାଲି ସୁଦ୍ଧା ଭୀଷଣ ବାତ୍ୟା ଓ ୧୨ ତାରିଖ ସୁଦ୍ଧା ଅତି ଭୀଷଣ ବାତ୍ୟାରେ ପରିଣତ ହେବ । ୧୪ ପୂର୍ବାହ୍ନରେ ବାଂଲାଦେଶ କକ୍ସବଜାର ଓ ମିଆଁମାର କ୍ୟାଉକିପିଉ ମଧ୍ୟରେ ଉପକୂଳ ଛୁଇଁବ ।

ବାତ୍ୟା ଉପକୂଳ ଛୁଇଁଲା ବେଳେ ପବନର ବେଗ ଘଣ୍ଟାପ୍ରତି ୧୧୦ରୁ ୧୩୦ କିଲୋମିଟର ରହିପାରେ । ବାତ୍ୟାର ପ୍ରଭାବ ଓଡ଼ିଶା କି ଆନ୍ଧ୍ର ଉପରେ ପଡ଼ିବନି । ପଶ୍ଚିମବଙ୍ଗ ଉପକୂଳରେ ପ୍ରଭାବ ପଡ଼ିବ, ୫୦ କିଲୋମିଟର ଘଣ୍ଟାପ୍ରତି ବେଗରେ ପବନ ବହିବ ବୋଲି କହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।

ତେବେ ବାତ୍ୟା ପ୍ରଭାବରେ ଆଣ୍ଡାମାନ ସାଗର, ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତରପୂର୍ବ ବଙ୍ଗୋପସାଗର ଅଶାନ୍ତ ରହିବ । ଆଜି କୂଳକୁ ଫେରି ଆସିବା ଲାଗି ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

Leave A Reply

Your email address will not be published.