Latest Odisha News

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୭ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ଯାଜପୁର, ଢେଙ୍କାନାଳ, ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଓ ରାୟଗଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.