Latest Odisha News

BREAKING NEWS

ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ

ଭୁବନେଶ୍ୱର : ବିମାନଯାତ୍ରୀଙ୍କ ପାଇଁ ଖୁସି ଖବର । ଆଜିଠୁ ଭୁବନେଶ୍ୱରରୁ ଦୁବାଇକୁ ଉଡ଼ିବ ବିମାନ । ଆଜିଠାରୁ ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ଉଡ଼ିବ ବିମାନ। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ସୋମବାରରୁ ଦୁବାଇକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବାକୁ ଯାଉଛି । ଇଣ୍ଡିଗୋ ବିମାନ ସେବା କମ୍ପାନୀ ପକ୍ଷରୁ ଏହି ବିମାନ ସେବା ଆରମ୍ଭ ହେବ ।

ଇଣ୍ଡିଗୋ ଏୟାରଲାଇନ୍ସ ମେ ୧୫ରେ ଭୁବନେଶ୍ବରରୁ ଦୁବାଇକୁ ବିମାନ ଉଡ଼ାଣ କରିବା ନେଇ ପୂର୍ବରୁ ଟିକଟ ବିକ୍ରି ଆରମ୍ଭ କରିଛି ।ଏହି ବିମାନ ସେବା ପାଇଁ ଟିକଟ ବିକ୍ରିର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବିମାନ ସେବାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ । ତେବେ ଆଜି ଉଦ୍‌ଘାଟନୀ ବିମାନରେ ରାଜ୍ୟ ସରକାରଙ୍କ ୭୦ଜଣିଆ ଦଳଙ୍କ ସହ ମୋଟ ୧୭୦ ଯାତ୍ରୀ ଦୁବାଇ ଯିବାର ନିଷ୍ପତ୍ତି ହୋଇଛି । ଏଥିପାଇଁ ଟିକେଟର ମୂଲ୍ୟ ରହିଛି ୧୦ ହଜାର ଟଙ୍କା । ତେବେ ଯିବା ଆସିବା ଉଭୟ ପାଇଁ ଟିକେଟର ମୂଲ୍ୟ ୨୦ ହଜାର ଟଙ୍କା ରଖାଯାଇଛି । ସପ୍ତାହକ ମଧ୍ୟରେ ୩ ଦିନ ଉଡାଣ କରିବ ଏହି ବିମାନ । ସୋମବାର,ବୁଧବାର ଓ ଶୁକ୍ରବାର ଦୁବାଇକୁ ବିମାନ ଉଡାଣ କରିବ ।

ଏହି ବିମାନ ସେବା ଆରମ୍ଭ ହେବା ଦ୍ବାରା ଓଡ଼ିଶାକୁ ଅଧିକ ବ୍ୟବସାୟ ଓ ପୁଞ୍ଜିନିବେଶର ସୁଯୋଗ ସୃଷ୍ଟି ହୋଇପାରିବ । ବିଦେଶରେ ରହୁଥିବା ଓଡ଼ିଆଙ୍କୁ ଉକ୍ତ ବିମାନ ସେବା ସହାୟକ ହୋଇପାରିବ । ସେହିଭଳି ଆଇଟି ଓ ମାନୁଫକଚରିଂ ଭଳି କ୍ଷେତ୍ର ଅଧିକ ଲାଭବାନ ହେବା ସହ ଓଡ଼ିଶା ପାଇଁ ନୂଆ ସମ୍ଭାବନା ଆଣିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ, ଜୁଲାଇ ୩ ତାରିଖରୁ ଭୁବନେଶ୍ବର ବିମାନବନ୍ଦରରୁ ସିଙ୍ଗାପୁର ଓ ବ୍ୟାଙ୍କକକ୍‌କୁ ବିମାନସେବା ଆରମ୍ଭ ହେବ ।

 

 

Leave A Reply

Your email address will not be published.