Latest Odisha News

BREAKING NEWS

ନାବାଳିକା ଦୁଷ୍କର୍ମ ମାମଲାରେ ଶିକ୍ଷକଙ୍କୁ ୨୦ ବର୍ଷ ସଜ୍ଜା

ବାଲେଶ୍ୱର: ୪ ବର୍ଷ ତଳେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ପୋକ୍ସୋ କୋର୍ଟ ଅଭିଯୁକ୍ତ ଶିକ୍ଷକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଦେଇଛନ୍ତି । ସୂଚନା ଅନୁସାରେ, ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଅନ୍ତର୍ଗତ ରାମପୁରର ଶିକ୍ଷକ ବସନ୍ତ ଦାସ ୨୦୧୯ରେ ଚକଲେଟ୍ ଦେବେ କହି ନାବାଳିକାଙ୍କୁ ଘରକୁ ଡାକି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା ।

ଏନେଇ ନାବାଳିକାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ । ପରିବାର ଲୋକଙ୍କ ଅଭିଯୋଗ କ୍ରମେ ଶିକ୍ଷକ ବସନ୍ତଙ୍କୁ ପୋଲିସ ଗିରଫ କରିଥିଲା । ମାମଲାରେ ପୋଲିସ ପୋକ୍ସୋ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଥିଲା ।

କୋର୍ଟ ସମସ୍ତ ତଥ୍ୟ ପ୍ରମାଣ ଓ ସାକ୍ଷ୍ୟକୁ ଗ୍ରହଣ କରି ଅଭିଯୁକ୍ତ ଶିକ୍ଷକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି । ଏଥିସହ ୨୦ ହଜାର ଟଙ୍କା ଜରିମାନା କରିଛନ୍ତି କୋର୍ଟ । ଜରିମାନା ଅନାଦେୟ ହେଲେ ଆଉ ୨ ବର୍ଷ ଅଧିକ କାରାଦଣ୍ଡ ଭୋଗିବାକୁ ପଡ଼ିବ । ଏଥିସହ ପୀଡ଼ିତାଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଦେବା ପାଇଁ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦିଆଯାଇଛି ।

Leave A Reply

Your email address will not be published.