Latest Odisha News

BREAKING NEWS

୫ ଦିନ ଲାଗି ରହିବ କାଳବୈଶାଖୀ, ୭ ଜିଲ୍ଲାରେ ଛେଚିବ କୁଆପଥର

ଭୁବନେଶ୍ୱର: ଆଗାମୀ ୫ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ଲାଗି ରହିବ । ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନ ସହ ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ବୌଦ୍ଧ, ସୋନପୁର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ୫ ଦିନ ଯାଏ ତାପମାତ୍ରା ୪୨ ଡିଗ୍ରୀ କିମ୍ବା ତା ଠାରୁ ଅଧିକ ରହିପାରେ ।

ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ଓ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ଏନେଇ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିଭଳି କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି । ୨୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ସେହିଭଳି ନୟାଗଡ଼, ଗଜପତି, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ ।

୨୮ରୁ କାଳବୈଶାଖୀ ପ୍ରଭାବ କମିବ । ୨୮ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲାକାନଗିରି, ନବରଙ୍ଗପୁର, ରାୟଗଡ଼଼ା, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

ସେହିଭଳି ୨୯ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ବାଲେଶ୍ୱର ଜିଲ୍ଲାକୁ କାଳବୈଶାଖୀ ନେଇ ଆଲର୍ଟ ଜାରି ହୋଇଛି ।

Leave A Reply

Your email address will not be published.