Latest Odisha News

ବାହାରିଲା ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ରେଜଲ୍ଟ; ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର: ବାହାରିଲା ଯୁ୍କ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ରେଜଲ୍ଟ ଘୋଷଣା କରାଯାଇଛି । ରେଜଲ୍ଟ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି । ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ୮୪.୯୩%  ଥିବାବେଳେ ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨% ରହିଛି । ଉଭୟ ବାଣିଜ୍ୟ ଓ ବିଜ୍ଞାନରେ ବାଜିମାରିଛନ୍ତି ଛାତ୍ରୀ । ଛାତ୍ରଙ୍କ ତୁଳନାରେ ଭଲ କରିଛନ୍ତି ଛାତ୍ରୀ ।

ବିଜ୍ଞାନରେ ଛାତ୍ରୀଙ୍କ ପାସ ହାର ୮୫.୬୭ ପ୍ରତିଶତ ଥିବାବେଳେ ଛାତ୍ରଙ୍କ ପାସହାର ୮୪.୨୮ ପ୍ରତିଶତ ରହିଛି । ବିଜ୍ଞାନରେ ୯୩,୭୩୪ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୭୭ହଜାର ୪୬୮ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି । ୧୪୭୦ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ପାସ କରିଛନ୍ତି ।   ୩୯ହଜାର ୫୭୩ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ।  ୨୪ହଜାର ୨୫୭ ଛାତ୍ରଛାତ୍ରୀ ଦ୍ୱିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବାବେଳେ ତୃତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି ୧୪ହଜାର ୮୫୨ ଜଣ ଛାତ୍ରଛାତ୍ରୀ ।

ସେହିପରି ବାଣିଜ୍ୟରେ ମୋଟ୍ ପରୀକ୍ଷାର୍ଥୀ ୨୪,୦୮୨ଙ୍କ ମଧ୍ୟରୁ ୧୯,୫୩୬ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି। ପ୍ରଥମ ଶ୍ରେଣୀରେ ୭,୪୧୦ ଜଣ ପାସ କରିଥିବାବେଳେ ୪,୫୪୩ ଜଣ ଛାତ୍ରଛାତ୍ରୀ ୨ୟ ଶ୍ରେଣୀରେ ଏବଂ ୩ୟ ଶ୍ରେଣୀରେ ପାସ କରିଛନ୍ତି  ୭୪୯୨ ଜଣ ।

ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟରେ ନୟାଗଡରେ ସର୍ବାଧିକ ପାସ ହାର ରହିିଛି । ବିଜ୍ଞାନରେ ଏହି ଜିଲ୍ଲାରେ ପାସହାର  ୯୬.୪୧ ପ୍ରତିଶତ ଥିବାବେଳେ ବାଣିଜ୍ୟରେ ପାସ ହାର  ୯୩.୯ ପ୍ରତିଶତ ରହିଛି । ସେହିପରି ବିଜ୍ଞାନରେ ଗଜପତି ଜିଲ୍ଲାରେ ସର୍ବନିମ୍ନ ପାସ ହାର ୬୧.୫୫ ପ୍ରତିଶତ ରହିଥିବାବେଳେ ବାଣିଜ୍ୟରେ ବୌଦ୍ଧ ଜିଲ୍ଲାରେ ରହିଛି ସର୍ବନିମ୍ନ ପାସ ହାର  । ବୌଦ୍ଧ ଜିଲ୍ଲାରେ ସର୍ବନିମ୍ନ ପାସ ହାର ରହିଛି ୫୫.୫୫ ପ୍ରତିଶତ ।

ବିଜ୍ଞାନରେ ୨୯୧ଟି HSCରେ ଶତ ପ୍ରତିଶତ ରେଜଲ୍ଟ କରିଥିବାବେେଳେ ବାଣିଜ୍ୟରେ ୯୪ଟି HSCରେ ଶତପ୍ରତିଶତ ରେଜଲ୍ଟ କରିଛି

ଛାତ୍ରଛାତ୍ରୀମାନେ www. orissaresults.nic.in ୱେବ୍‌ସାଇଟ୍ ଓ ସାମ୍ସ ପୋର୍ଟାଲ୍‌ରୁ ନିଜ ନିଜର ରେଜଲ୍ଟ ଜାଣିପାରିବେ।

ସୂଚନାଥାଉ କି, ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇ ଏପ୍ରିଲ ୫ରେ ଶେଷ ହୋଇଥିଲା। ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥରୁ କଳାରେ ୨ ଲକ୍ଷ ୧୯ ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି।

ତେବେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ କେବେ ପ୍ରକାଶ ପାଇବ ସେ ନେଇ କୌଣସି ସୂଚନା ଦିଆ ଯାଇ ନାହିଁ । ସେ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି ।

 

 

 

Comments are closed.