Latest Odisha News

BREAKING NEWS

ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାପ ସହ ୨ ପୁଅ ମୃତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଗଡଖୋର୍ଦ୍ଧା ନିକଟରେ ୧୬ ନଂ ଜାତୀୟ ରାଜପଥରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ଘଟିଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ମଳିପଡାର ବାସିନ୍ଦା କୃଷ୍ଣଚନ୍ଦ୍ର ପାତାଳସିଂହ ଓ ତାଙ୍କର ୨ ପୁଅ ବିକ୍ରମ ଏବଂ ସଞ୍ଜୟ ବୋଲି ଜଣାପଡିଛି ।

ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୃଷ୍ଣଚନ୍ଦ୍ର ତାଙ୍କ ୨ପୁଅଙ୍କ ସମେତ ଏକ ବାଇକ୍ ଯୋଗେ ଭୁବନେଶ୍ୱରରୁ ଖୋର୍ଦ୍ଧା ଫେରୁଥିବା ବେଳେ ଏକ ମିନି ଟ୍ରକ୍ ସେମାନଙ୍କୁ ଧକ୍କା ଦେଇଥିଲା । ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୨ ପୁଅ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣତ୍ୟାଗ କରିଥିବା ବେଳେ ଘଟଣଶସ୍ଥଳରେ ହିଁ ବାପାଙ୍କର ମୃତ୍ୟୁ ହୋଇଥିଲା ।

ତେବେ ଦୁର୍ଘଟଣାଗସ୍ତ ଗାଡି ଦୁଇଟିକୁ ପୋଲିସ ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିବା ନେଇ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.