ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଅଞ୍ଚଳରେ ବୁଧବାର ଏକ ପିକ୍ଅପ୍ ଭ୍ୟାନ୍ ଓଲଟି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ରାମପୁର ଗଣ୍ଡପଡ଼ାରେ ଏହି ଦୁର୍ଘଟଣା ଘଟିଛି।
ମିଳିଥିବା ସୂଚନା ଅନୁଯାୟୀ, ଏକ ସଂକୀର୍ତ୍ତନ ଦଳକୁ ନେଇ ଭ୍ୟାନଟି ପାଟଣାଗଡ଼ ରାମପୁରରୁ ବନ୍ଧନବାଡି ଅଭିମୁଖେ ଯାଉଥିବା ବେଳେ ଗଣ୍ଡପଡ଼ା ଠାରେ ଡ୍ରାଇଭର ନିୟନ୍ତ୍ରଣ ହରାଇଥିଲା।
ଭ୍ୟାନଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଓଲଟି ପଡ଼ିବାରୁ ଏଥିରେ ଥିବା ଯାତ୍ରୀମାନେ ଆହତ ହୋଇଛନ୍ତି। ଭ୍ୟାନରେ ଅଧିକାଂଶ ମହିଳା ଯାତ୍ରୀ ରହିଛନ୍ତି। ଆହତମାନଙ୍କୁ ପ୍ରଥମେ ପାଟଣାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।
ପରେ ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଜଣେ ଆହତ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି।
ଖବର ପାଇ ପୁଲିସର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Comments are closed.