Latest Odisha News

BREAKING NEWS

କେମିକାଲ ବୋଝେଇ ଟ୍ୟାଙ୍କରରେ ଲାଗିଲା ନିଆଁ, ଡ୍ରାଇଭର ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ଅନ୍ତର୍ଗତ ବାଇପାସ୍ ରୋଡ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରେ କୌଣସି କାରଣବଶତଃ ନିଆଁ ଲାଗିଯାଇଥିଲା । ଯାହା ଫଳରେ ଗାଡିର ଡ୍ରାଇଭର ଓ ହେଲପର୍ ଗୁରୁତର ଆହତ ହୋଇଛନ୍ତି ।

ଖବର ପାଇ ଘଟଣାସ୍ଥଳରେ ଟାଙ୍ଗି ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ ଆହତ ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିବା ଜଣାପଡିଛି ।

ତେବେ କେମିକାଲ ବୋଝେଇ ଏହି ଟ୍ୟାଙ୍କରଟି ପାରାଦୀପରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ନେଇ ପୋଲିସ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.