Latest Odisha News

ରାଜ୍ୟରେ ବିସ୍ତୃତି ବର୍ଷା ଅନୁଭୂତ: ଗତ ୨୪ ଘଣ୍ଟାରେ ସୋନପୁର ବିନିକାଠାରେ ସର୍ବାଧିକ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ। ଗତ ୨୪ ଘଣ୍ଟାରେ ରାଜ୍ୟରେ ବିସ୍ତୃତି ବର୍ଷା ଅନୁଭୂତ ହୋଇଥିବା ବେଳେ ସୋନପୁର ଜିଲ୍ଲାର ବିନିକାଠାରେ ସର୍ବାଧିକ ୧୬୫.୨ ମିମି ବର୍ଷା ରେକର୍ଡ ହୋଇଛି। ସେହିପରି ସମ୍ବଲପୁର ଧାନକୌଡାଠାରେ ୧୫୫ ମିମି ବର୍ଷା ରେକର୍ଡ ହୋଇଛି।

ରାଜ୍ୟର ୬ଟି ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ୧୨ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ସୂଚନା ଅନୁସାରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ବି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗତକାଲି ଲଘୁଚାପ କ୍ଷେତ୍ର ଆଜି ପଶ୍ଚିମ ଝାଡ଼ଖଣ୍ଡ ପାର୍ଶ୍ଵବର୍ତ୍ତୀ ଉତ୍ତର ଛତିଶଗଡ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶା ଅଞ୍ଚଳରେ କେନ୍ଦ୍ରୀଭୁତ ହୋଇଛି। ଏହାସହିତ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ସକ୍ରିୟ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Comments are closed.