ସମସ୍ତ ଜିଲ୍ଲା ସ୍ୱାସ୍ଥ୍ୟକେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସାପ କାମୁଡ଼ା ଇଞ୍ଜେକସନ ରଖିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ବୌଦ୍ଧ, ମୟୂରଭଞ୍ଜ, ସୁବର୍ଣ୍ଣପୁର, ଅନୁଗୁଳ, ବଲାଙ୍ଗୀର, କନ୍ଧମାଳ, ସମ୍ୱଲପୁର, ଯାଜପୁର ଓ ଭଦ୍ରକରେ ଅଗ୍ନିଶମ ବାହିନୀ ଓ ଜରୁରୀ କାଳୀନ ସେବା କର୍ମଚାରୀଙ୍କୁ ମୁତୟନ ପାଇଁ କୁହାଯାଇଛି ।
ଭୁବନେଶ୍ୱର:ଆସନ୍ତା ତିନି ଘଣ୍ଟା ପାଇଁ ୬ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଦେଇଛି ପାଣିପାଗ । ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ । ଲଘୁଚାପ ପ୍ରଭାବରେ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର ଜିଲ୍ଲା ପାଇଁ ରେଡ ୱର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଏହି ୪ ଜିଲ୍ଲା ହେଉଛି ରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗିର । ଅନ୍ୟପକ୍ଷେ ୩ ଘଣ୍ଟା ପାଇଁ କଟକ ସହର ଓ ଭୁବନେଶ୍ବରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଦୁଇ ଦିନ ହେଲା ସାରା ରାଜ୍ୟରେ ବର୍ଷା ବିତ୍ପାତ ଲାଗି ରହିଛି । ଆଗାମୀ ଦୁଇ ଦିନ ଅଧିକରୁ ଅଧିକ ବର୍ଷା ଆଶଙ୍କା ଥିବା ଚେତାବନୀ ଦେଇଛି ପାଣପାଗ ବିଭାଗ । ୧୭ ଜିଲ୍ଲାକୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛନ୍ତି ଏସଆରସି । ଏହି ଜିଲ୍ଲାଗୁଡିକ ହେଲା ଅନୁଗୁଳ, ବାଲେଶ୍ୱର, ବରଗଡ଼, ବୌଦ୍ଧ, ଭଦ୍ରକ, ବଲାଙ୍ଗୀର, ଢେଙ୍କାନାଳ, ଗଜପତି, ଝାରସୁଗୁଡ଼ା, ଯାଜପୁର, କନ୍ଧମାଳ, କେଉଁଝର, କଳାହାଣ୍ଡି, ମୟୂରଭଞ୍ଜ, ନୂଆପଡ଼ା, ସମ୍ବଲପୁର ଓ ସୋନପୁର । ଏପରିକି ଏ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରି ବର୍ଷା ପାଇଁ ସତର୍କତାମୂଳକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି।
Comments are closed.