କଣ୍ଟାବାଞ୍ଜି: ସ୍ବତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ବିଶେଷ କରି ତୁରେଇକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ଓ କଣ୍ଟାବାଞ୍ଜିରେ ଏହାର ପ୍ରଭାବ ଦେଖିବାକୁ ମିଳିଛି ।
ବନ୍ଦ ଡାକରା ଯୋଗୁଁ ଆଜି ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ, ଦୋକାନ ବଜାର, ସ୍କୁଲ , କଲେଜ ଓ ସରକାରୀ କର୍ଯ୍ୟାଳୟ ବନ୍ଦ ରହିଛି । ବିଭିନ୍ନ ସ୍ଥାନରେ ଗାଡି ମଟର ଚଳାଚଳ ଠପ୍ ହୋଇଯାଇଛି । ସ୍ଥାନୀୟ ଇନ୍ଦିରା ଛକ ନିକଟରେ ଜିଲ୍ଲା ସଂଘର୍ଷ ସମିତିର କର୍ମକର୍ତ୍ତାମାନେ ରସ୍ତା ଉପରେ ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି । ଆଜିର ଏହି ବନ୍ଦ ଡାକରାରେ ସହରର ୩୦ରୁ ଅଧିକ ସଂଗଠନ ସାମିଲ ହୋଇଛନ୍ତି ।
Comments are closed.