ଭୁବନେଶ୍ୱର:ବିଶିଷ୍ଟ ଓଡ଼ିଆ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ । ଭୁବନେଶ୍ୱରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ତାଙ୍କର ଆଶୁ ଆରୋଗ୍ୟ କାମନା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି । ଏଥିସହ ଏକ ଲକ୍ଷ ଟଙ୍କାର ଚେକ ଚିକିତ୍ସା ସହାୟତା ନିମନ୍ତେ ପ୍ରଦାନ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ଡାକ୍ତରଖାନା ଯାଇଥିଲେ । ଅସୁସ୍ଥ ପ୍ରଣବ ପଟ୍ଟନାୟକଙ୍କୁ ଭେଟି ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଥଲେ । ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ତାଙ୍କୁ ଦେବା ସହ ଏକ ଲକ୍ଷ ଟଙ୍କାର ଚେକ ପ୍ରଦାନ କରିଥିଲେ ।
ପ୍ରତିନିଧି ଦଳରେ ଓଡିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏ, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ଶ୍ରୀ ପ୍ରବୋଧ ରଥ ସାମିଲ ଥିଲେ l
କିଛି ଦିନ ତଳେ ପ୍ରଣବଙ୍କୁ ଡେଙ୍ଗୁ ହୋଇଥିଲା। ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେଇଥିଲେ । ସେଠାରେ କିଛଦିନ ଚିକିତ୍ସାଧୀନ ରହିବା ପରେ ସେ ଘରକୁ ଫେରିଥିଲେ। ପରେ ଅତ୍ୟଧିକ ଦୁର୍ବଳ ଅନୁଭବ କରିବାରୁ ପୁଣି ହସପିଟାଲରେ ଭର୍ତ୍ତି କରାଯାଇଥିବା ପତ୍ନୀ କସ୍ତୁରୀକା ପଟ୍ଟନାୟକ କହିଥିଲେ ।
Comments are closed.