ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୩ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି ।ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ୮ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।
୩ ତାରିଖରୁ ବର୍ଷାର ବିସ୍ତୃତି ବଢିବାକୁ ଥିବାବେଳେ ୪ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ । ୩ ତାରିଖ ପାଇଁ ୧୫ ଜିଲ୍ଲା ଏବଂ ୪ ତାରିଖ ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଦୁର୍ବଳ ମୌସୁମୀ ଯୋଗୁଁ ରାଜ୍ୟରେ ବର୍ଷା କମିଛି । ଏବଂ ତାତି ଓ ଗୁଳୁଗୁଳି ବଢିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪ ପ୍ରତିଶତ କମ୍ ବର୍ଷା ହୋଇଛି । ୧୧ ଜିଲ୍ଲାରେ ସ୍ବଳ୍ପ ବୃଷ୍ଟିପାତ ଓ ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । ବୌଦ୍ଧ ଜିଲ୍ଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି ।
Comments are closed.