ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ପାଇଁ ସତର୍କ ସୂଚନା ଜାରି କଲା ଆଇଏମଡି । ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ୧୪ ଜିଲ୍ଲା ପାଇଁ ପ୍ରବଳ ବର୍ଷା ସମ୍ଭାବନା ଥିବା କହିଛି ଭାରତୀୟ ପାଣିପାଗ ବିଭାଗ ।ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆସନ୍ତା ୫ ଦିନ ପାଇଁ ବିଭିନ୍ନା ଅଞ୍ଚଳ ପାଇଁ ୟେଲୋ ୱର୍ଣ୍ଣିଂ ଜାରି କରିଛି ବିଭାଗ ।
ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ରବିବାର ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାର ମଧ୍ୟ ଧରଣର ବର୍ଷା କିମ୍ବା ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
୩ ଓ ୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ । ଶନିବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ୩ ତାରିଖରେ ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲା, ୪ ତାରିଖରେ ଅଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲା ଓ ୫ ତାରିଖରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ରବିବାର ସକାଳ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଜାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ ଏବଂ ନବରଙ୍ଗପୁରର ବିଭିନ୍ନ ସ୍ଥାନରେ ରବିବାର ସକାଳ ସୁଦ୍ଧା ଘଡଘଡି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ, ବୌଦ୍ଧ, କଳାହାଣ୍ଡି ଓ କନ୍ଧମାଳର ଗୋଟିଏ ବା ଦୁଇଟି ସ୍ଥାନରେ ଏହି ସମୟରେ ପ୍ରବଳ ବର୍ଷା ହୋଇପାରେ ।
Comments are closed.