Latest Odisha News

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ୭୪ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି । ଆଜି ସନ୍ଧ୍ୟା ୭ଟା ୩୧ରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ତାଙ୍କ ପରିବାର ଲୋକଙ୍କ ଠାରୁ ସୂଚନା ମିଳିଛି ।

ଆଜି ସନ୍ଧ୍ୟାରେ ସେ ହଠାତ୍ ଗୁରୁତର ହୋଇ ପଡ଼ିଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି ।

ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ତଥା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ୧୯୯୦ ମସିହାରୁ ଗଂଜାମ ଜିଲ୍ଲା ଦିଗପହଣ୍ଡି ଓ ଗଜପତି ଜିଲ୍ଲା ମୋହନା ବିଧାନସଭା ଆସନରୁ କ୍ରମାଗତ ଭାବେ ୭ ଥର ବିଧାୟକ ହୋଇଥିଲେ । ୧୯୯୦ରୁ ୨୦୦୯ ଯାଏ ମୋହନା ଆସନରୁ ବିଧାୟକ ହୋଇଥିବା ବେଳେ ୨୦୦୯ରୁ ଦିଗପହଣ୍ଡିରୁ ବିଧାୟକ ହୋଇ ଆସିଥିଲେ । ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ମନ୍ତ୍ରୀ ହୋଇ ନିଜର ଦକ୍ଷତା ଦେଖାଇଥିଲେ । ସେହିପରି ବିଧାନସଭାରେ ସେ ୨୦୧୯ ରୁ ୨୦୨୨ ପର୍ଯ୍ୟନ୍ତ ବାଚସ୍ପତି ହୋଇଥିଲେ । ଗଂଜାମ ରାଜନୀତିରେ ସେ ଜଣେ ଚର୍ଚ୍ଚିତ ଚେହେରା ଥିବା ବେଳେ ତୃଣମୂଳ ସ୍ତରରେ ଭଲ ସଂଗଠକ ଥିଲେ । ତାଙ୍କର ମୃତ୍ୟୁରେ ଓଡ଼ିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି ହୋଇଛି ।

 

 

Comments are closed.