ଭୁବନେଶ୍ୱର : ପରଲୋକରେ ଦିଗପହଣ୍ଡି ବିଧାୟକ ତଥା ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ଗତକାଲି ସନ୍ଧ୍ୟାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି । ଆଜି ଅପରାହ୍ନ ସମୟରେ ଗଞ୍ଜାମ ଦିଗପହଣ୍ଡିରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ । ବରିଷ୍ଠ ନେତାଙ୍କ ବିୟୋଗ ପରେ ପରିବାର ଲୋକେ ତାଙ୍କ ଆଖି ଦାନ କରିଥିବା ସୂଚନା ମିଳିଛି। ବଞ୍ଚିଥିବା ବେଳେ ସୂର୍ଯ୍ୟ ଚକ୍ଷୁ ଦାନ କରିବାକୁ କହିଥିଲେ। ମୃତ୍ୟୁ ପରେ ବଡ଼ ପୁଅ ବିପ୍ଳବ ପାତ୍ରଙ୍କ ଅନୁମତି ପରେ ଭୁବନେଶ୍ୱର ପଟିଆରେ ଅବସ୍ଥିତ ଏଲ. ଭି ପ୍ରସାଦ ଆଇ ଇନଷ୍ଟିଚ୍ୟୁଟ ପକ୍ଷରୁ ତାଙ୍କର ଆଖି ସଂଗ୍ରହ ହୋଇଛି । ବର୍ତ୍ତମାନ ଆଖିର ଲେନ୍ସ ଡାକ୍ତରଖାନାରେ ରହିବା ପରେ ପ୍ରକ୍ରିୟା ମୁତାବକ ଏହାକୁ ଅନ୍ୟକୁ ଦାନ କରାଯିବ ବୋଲି ସୂଚନା ମିଳିଛି। ପୂର୍ବରୁ ସୂର୍ଯ୍ୟ ପାତ୍ରଙ୍କ ମାଙ୍କ ମୃତ୍ୟୁ ପରେ ମଧ୍ୟ ତାଙ୍କର ଚକ୍ଷୁ ଦ୍ବୟକୁ ଦାନ କରାଯାଇଥିଲା ।
BREAKING NEWS
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର
- ରାହୁଲ ଗାନ୍ଧୀଙ୍କୁ ରିଲଞ୍ଚ କରିବା ପାଇଁ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବିରୋଧୀ, ଇଣ୍ଡିଆ ମେଣ୍ଟ ଉପରେ ବର୍ଷିଲେ ସମ୍ବିତ
- ପୀତବାସ ପଣ୍ଡା ହତ୍ୟା ମାମଲା: ସାକ୍ଷୀଙ୍କୁ ଧମକାଇବା ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା
- ଅଧିକ ସୁରକ୍ଷିତ ଓ ସୁଦୃଢ଼ ଭିତ୍ତିଭୂମି ନିର୍ମାଣ ପାଇଁ ଅଗ୍ନି ପ୍ରତିରୋଧୀ ଷ୍ଟ୍ରକ୍ଚରାଲ୍ ଷ୍ଟିଲ୍ ବିକଶିତ କଲା ଟାଟା ଷ୍ଟିଲ୍

Comments are closed.