ଚୌଦ୍ବାର : ୧୬ ନମ୍ବର ଜାତୀୟ ରାଜପଥ ମଙ୍ଗୁଳି ଛକ ପେଟ୍ରୋଲ ପମ୍ପ ନିକଟରେ ଅଭାବନୀୟ ଘଟଣା ଘଟିଛି । ଟ୍ରକ ଧକ୍କାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ଏବଂ ଦୁଇ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ମୂତାବକ ଏକ ଟ୍ରକ ଦ୍ରୁତ ଗତିରେ କଟକରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିଲା । ଏତିକି ବେଳେ ଜଣେ ବ୍ୟକ୍ତି ଖାଦ୍ୟ ନେଇ ରାସ୍ତା ପାର୍ ହେଉଥିବାବେଳେ ତାଙ୍କୁ ଧକ୍କା ଦେଇଥିଲା । ମୃତ ବ୍ୟକ୍ତି ଜଣକ ଉତ୍ତର ପ୍ରଦେଶର ଶୋଲେ କୁମାର ବୋଲି ଜଣାପଡିଛି । ସେପଟେ ଦୁର୍ଘଟଣା ଘଟିବା ପରେ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଛି । ଫଳରେ ଏଥିରେ ଦୁଇ ଜଣ ଡ୍ରାଇଭର ଗୁରୁତର ହୋଇଛନ୍ତି । ଦୁଇ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି ।
BREAKING NEWS
- Textbooks: ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ…ପିଲା ପଢିବେ ନୂଆ ବହି
- ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ
- ବିମାନ ବାତିଲ ପାଇଁ ହଟହଟା ନବବିବାହିତ; ଭିସିରେ ଯୋଗଦେଲେ…
- ଜାତୀୟ ମୁଦ୍ରାରେ ନେଣଦେଣ କରିବା ଆଡ଼କୁ ଯାଉଛି ଭାରତ-ରୁଷ
- Suspended: ଥାନା ଅଧିକାରୀ ନିଲମ୍ବିତ, ନିକଟରେ ଇନ୍ସପେକ୍ଟରରୁ ଡିଏସପିକୁ ହୋଇଥିଲା ପଦୋନ୍ନତି
- ଶିଶୁକନ୍ୟାକୁ ମାରି ମାଆ ଫେରାର !
- ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର
- Barrage: ବୈତରଣୀ ନଦୀରେ ନିର୍ମାଣ ହେବ ବ୍ୟାରେଜ୍: ମୁଖ୍ୟମନ୍ତ୍ରୀ
- ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଖାଲି ପଡିଛି ପଦବୀ: ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଉତ୍ତର
- ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର; ନନ୍ଦନକାନନକୁ ସୁରଟରୁ ଆସିଲେ ନୂଆ ଅତିଥି
Comments are closed.