Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୨ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧ଟା ୪୫ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଖୋର୍ଦ୍ଧା (ଭୁବନେଶ୍ୱର), କଟକ, ପୁରୀ, ଯାଜପୁର, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ, ଗଞ୍ଜାମ, ନୟାଗଡ ଓ ଭଦ୍ରକ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.