ଭୁବନେଶ୍ୱର : ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଉ ତିନି ଦିନ ଯାଏ ପ୍ରବଳ ବର୍ଷା ହେବ ନେଇ ଆକଳନ କରିଛି ଆଇଏମଡି । ଆଜି ଏବଂ ଆସନ୍ତାକାଲି ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି । ଆଜି ସକାଳ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା । ଆଜି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।
ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏହା କ୍ରମଶଃ ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁଇବ। ଆସନ୍ତାକାଲି ୧୩ରୁ ଅଧିକ ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି । ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
Comments are closed.