ଭୁବନେଶ୍ୱର: ଜୀ-ସାର୍ଥକ ସଦା ସର୍ବଦା ନୂତନ, ଅଭିନ୍ନ କାହାଣୀ, ପାରିବାରିକ ଓ ଓଡ଼ିଶାର ମହିଳାମାନଙ୍କ ଚିନ୍ତାଧାରକୁ ନେଇ ଦର୍ଶକମାନଙ୍କୁ ମନୋରଞ୍ଜନ କରିଆସୁଛି । ଜୀ ସାର୍ଥକ ରେ ଲୋକାଦୃତ ପାଲଟିଥିବା ‘ତୁ ଖରା ମୁଁ ଛାଇ’, ‘ସୁନା ଝିଅ’, ‘ଆମ ଝିଲି’, ‘ସାଥିରେ’ ଓ ‘ଖୁସିର ଛୁଙ୍କ’ ପରି ମେଗା ଧାରାବାହିକ ସବୁ ଦର୍ଶକଙ୍କ ମନକୁ ଛୁଇଁବାରେ ସଫଳ ହୋଇଛି । ଓଡ଼ିଶାର ଲୋକପ୍ରିୟ ଟପ୍ ୫ ମେଗା ଧାରାବାହିକ ମଧ୍ୟରେ ଏହିସବୁ ଧାରାବାହିକ ଅଛନ୍ତି । ଉକ୍ତ ଧାରାବାହିକ ଗୁଡ଼ିକ ଘରେ ଘରେ ବେଶ୍ ପରିଚିତ । ଆଉ ଏହିସବୁ ଧାରାବାହିକର ସମସ୍ତ କଳାକାରଙ୍କ ଚିତାକର୍ଷକ ଅଭିନୟକୁ ବି ଲୋକେ ଖୁବ୍ ପସନ୍ଦ କରିଛନ୍ତି । ଏଥିପାଇଁ ଜୀ-ସାର୍ଥକ ତାର ସମସ୍ତ ଦର୍ଶକଙ୍କୁ ଧନ୍ୟବାଦ ଦେଇଛି । ଆଗକୁ କାହାଣୀ ସବୁ ଆହୁରି ରୁଚିକର କରିବାପାଇଁ ପ୍ରୟାସ ଜାରି ରଖିବ ବୋଲି କୁହାଯାଇଛି ।
ଚ୍ୟାନେଲ ମୁଖ୍ୟ ପ୍ରତୀକ ସିଲ୍ କହିଛନ୍ତି ଯେ, “ଓଡିଶାର କଳା, ସଂସ୍କୃତି, ସେବା ହେଉଛି ଏକ ପ୍ରକୃଷ୍ଟ ନାରୀର ବୈଶିଷ୍ଟ୍ୟ , ଯାହାକୁ ଆମେ ଆଖି ଆଗରେ ରଖି ଅମର ସମସ୍ତ ଲୋକପ୍ରିୟ ମେଗା ଧରବାହିକର ଚରିତ୍ର ସବୁ ତିଆରି କରିଛୁ । ଏହିସବୁ ଧାରାବାହିକ ଦର୍ଶକଙ୍କ ମନକୁ ଜିତିବାରେ ସକ୍ଷମ ହୋଇଛିି । ବହୁତ ଶୀଘ୍ର ଆମକୁ ୧ ନମ୍ବର ମନୋରଞ୍ଜନ ଚ୍ୟାନେଲ କରିଥିବାରୁ ରାଜ୍ୟ ତଥା ରାଜ୍ୟ ବାହାରର ସମସ୍ତ ଦର୍ଶକଙ୍କୁ ଧନ୍ୟବାଦ ଦେଇଛନ୍ତି ।
Comments are closed.