ଜଳେଶ୍ୱର : ଲଗାଣ ବର୍ଷା ଯୋଗୁଁ ଫୁଲୁଛି ଜଳକା। ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ନଦୀର ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ୬.୪୨ ମିଟରରେ ପ୍ରବାହିତ ହେଉଛି । ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ବିଭିନ୍ନ ସ୍ଥାନରେ ନଦୀ ବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଫଳରେ ନଦୀକୂଳିଆ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି ।
ସେପଟେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ପ୍ରବାହ । ଆଭ୍ୟନ୍ତରୀଣ ଓଡ଼ିଶାର ମଧ୍ୟଭାଗ ଓ ସଂଲଗ୍ନ ଛତିଶଗଡ଼ ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆଜି ବି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୧୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଓ ବରଗଡ ଜିଲ୍ଲା ।
Comments are closed.