Latest Odisha News

ଆସନ୍ତା ସପ୍ତାହରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ! ବଢିପାରେ ବର୍ଷା

ଭୁବନେଶ୍ୱର: ଆସନ୍ତା ସପ୍ତାହରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।  ଏହା ଉତ୍ତର ବଙ୍ଗୋପ ସାଗରର ପଶ୍ଚିମ-ଉତ୍ତର-ପଶ୍ଚିମ ଆଡକୁ ଗତି କରିପାରେ ବୋଲି ଆଇଏମଡି ପକ୍ଷରୁ ଆକଳନ କରାଯାଇଛି ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ସେପ୍ଟେମ୍ବର ୧୫ରୁ ୨୧ ମଧ୍ୟରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୨୨ରୁ ୨୮ ମଧ୍ୟରେ   ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିପାରେ ବୋଲି ପୂର୍ବାନୁମାନ କରାଯାଉଛି ।

ବିଭାଗ ପକ୍ଷରୁ ଆହୁରି କୁହାଯାଇଛି, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଭାରତର କେନ୍ଦ୍ରାଞ୍ଚଳ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରିବ  । ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଜାରି କରାଯାଇଥିବା ସକାଳ ବୁଲେଟିଂ ସୂଚନା ଅନୁସାରେ, ଉତ୍ତର ଛତିଶଗଡ ଏବଂ ନିକଟବର୍ତ୍ତି ଅଞ୍ଚଳରେ ଜାରି ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ମଧ୍ୟପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ  ସେପ୍ଟେମ୍ବର ୧୫ରୁ  ୧୮ ଏବଂ ୧୯ ତାରିଖ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଠାଏ ଠଏ ଘଡଘଡି ସହ ବର୍ଷା ସମ୍ଭାବନା ମଧ୍ୟ ରହିଛି ।

ଗୁରୁବାର ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର, ନୂଆପଡା, ବରଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାକୁ ଆଜି ରେଡ ୱାର୍ଣ୍ଣିଂ ଜାରି କରାଯାଇଛି ।

Comments are closed.